Posted inଖେଳ

ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ଭାରତର ଦବ୍‌ଦବା: ବ୍ୟାଟିଂରେ ଶୁଭମନ, ବୋଲିଂରେ ସିରାଜ ନମ୍ବର-୧

ନୂଆଦିଲ୍ଲୀ,୮।୧୧: ବିଶ୍ୱକପ ୨୦୨୩ରେ ଭାରତୀୟ ଦଳ ବହୁତ ଭଲ ଫର୍ମରେ ଅଛି। ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଭାରତ ସମସ୍ତ ମ୍ୟାଚ ଜିତିଛି। ଦଳର ସମସ୍ତ ଖେଳାଳି ଭଲ ଫର୍ମରେ ଅଛନ୍ତି। ଲଗାତର ୮ଟି ମ୍ୟାଚ ଜିତିବା ପରେ ଟିମ ଇଣ୍ଡିଆ ସେମିଫାଇନାଲରେ ପ୍ରବେଶ କରିଛି। ଏବେ ଭାରତକୁ ଆଉ ଏକ ବଡ଼ ଖୁସି ଖବର ମିଳିଛି। ଦିନିକିଆରେ ବ୍ୟାଟ୍ସମ୍ୟାନ ଏବଂ ବୋଲର ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଖେଳାଳି ପାକିସ୍ତାନକୁ ପଛରେ ପକାଇ ଦେଇଛନ୍ତି।
ଦୀର୍ଘ ଦିନ ଧରି ଦିନିକିଆରେ ଏକ ନମ୍ବର ବ୍ୟାଟ୍ସମ୍ୟାନ ରହିଆସିଥିବା ପାକିସ୍ତାନର ବାବର ଆଜମଙ୍କୁ ପଛରେ ପକାଇ ଭାରତର ଶୁଭମନ ଗିଲ ନମ୍ବର-୧ ଦିନିକିଆ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଶୁଭମନ ପ୍ରଥମ ଥର ପାଇଁ ଦିନିକିଆରେ ଏକ ନମ୍ବର ର଼୍ୟାଙ୍କିଙ୍ଗ୍‌ ହାସଲ କରିଛନ୍ତି। ଏଥି ସହିତ ଭାରତର ମହମ୍ମଦ ସିରାଜ ପୁଣି ଥରେ ଦିନିକିଆ ବୋଲରଙ୍କ ମଧ୍ୟରେ ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି। ସେ ପାକିସ୍ତାନର ଶାହିନ ଆଫ୍ରିଦିଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?