କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ ରଖିବାରେ ସମର୍ଥ ହେବେ ବୋଲି ଆଶା କରାଯାଉଛି। ସେମିଫାଇନାଲରେ ମହିଳା ଦଳ ନେପାଳକୁ ୪୮-୨୪ରେ ହରାଇ ଦେଇଥିବା ବେଳେ ପୁରୁଷ ଦଳ ଥାଇଲାଣ୍ଡ ବିପକ୍ଷରେ ୬୬-୨୮ରେ ବିଜୟ ହାସଲ କରିଛି।

ଏହି ବଡ଼ ବିଜୟ ଦ୍ୱାରା ଦୁଇ ପୂର୍ବତନ ଚାମ୍ପିୟନ ଦଳ ସେମାନଙ୍କ ବିଜୟ ଧାରା ବଜାୟ ରଖିପାରିଛନ୍ତି। ମହିଳା ମ୍ୟାଚର ପ୍ରଥମାର୍ଦ୍ଧ ଖେଳରେ ଭାରତ ୩୧-୧୭ରେ ଆଗୁଆ ରହିଥିଲା। ତନ୍ମଧ୍ୟରେ ୪ ଅଲ୍‌ଆଉଟ ଓ ୪ ବୋନସ ପଏଣ୍ଟ ରହିଛି। ନେପାଳ ଭାରତକୁ ଚ୍ୟାଲେଞ୍ଜ ଦେଇ ପାରି ନ ଥିଲା।

ଦଳ ଦ୍ୱିତୀୟାର୍ଦ୍ଧରେ ଆଉ ମାତ୍ର ୭ ପଏଣ୍ଟ ଯୋଗ କରିପାରିଥିଲା। ପୁରୁଷ ମ୍ୟାଚରେ ମଧ୍ୟ ସମାନ କଥା ଦେଖିବାକୁ ମିଳିଥିଲା। ଭାରତ ପ୍ରଥମାର୍ଦ୍ଧରେ ୩୭-୧୮ରେ ଅଗ୍ରଣୀ ଲାଭ କରିଥିବା ବେଳେ ଦ୍ୱିତୀୟାର୍ଦ୍ଧରେ ମଧ୍ୟ ଏହାର ଆଧିପତ୍ୟ ବଜାୟ ରଖିଥିଲା।

ଏହି ଦୁଇଦଳ ଇରାନ-ଚାଇନିଜ ତାଇପେ ମଧ୍ୟରେ ଖେଳାଯିବାକୁଥିବା ମ୍ୟାଚର ବିଜେତା ସହିତ ଖେଳିବେ। ୨୦୧୦ରେ ଏସିଆନ ଗେମ୍ସରେ ପ୍ରଥମ ଥର ମହିଳା କବାଡ଼ିକୁ ସାମିଲ କରାଯାଇଥିଲା। ଭାରତ ପ୍ରତ୍ୟେକ ସଂସ୍କରଣର ପ୍ରାଧାନ୍ୟ ବିସ୍ତାର କରି ଖେଳି ଆସୁଛି। ଏସିଆଡ୍‌ରେ ୧୯୯୦ରୁ ପୁରୁଷ କବାଡ଼ି ଖେଳାଯାଇ ଆସୁଛି। ଭାରତ ଏପର୍ଯ୍ୟନ୍ତ ୮ ସ୍ବର୍ଣ୍ଣ ପଦକ ଜିତିସାରିଛି। ଏହି ଇଭେଣ୍ଟରେ ଭାରତକୁ ଛାଡ଼ିଦେଲେ ଇରାନ ୨୦୧୮ରେ ଅନ୍ୟତମ ଦେଶ ଭାବେ ସ୍ବର୍ଣ୍ଣ ଜିତିପାରିଛି। ଏହି ସଂସ୍କରଣରେ ଭାରତକୁ ବ୍ରୋଞ୍ଜରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?