Posted inଖେଳ

ବିଶ୍ୱ କ୍ରିକେଟ୍‌ରେ ଭାରତର ଦବ୍‌ଦବା ଜାରି: ଭାରତକୁ ପଛରେ ପକାଇ ପାରିଲାନି ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୧୧।୩: ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୨ ମ୍ୟାଚ ବିଶିଷ୍ଟ ସିରିଜ୍‌ରେ କ୍ଲିନ୍‌ସୁଇପ୍‌ କରିଛି। ଲଗାତାର ଦୁଇଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଭାରତକୁ ପଛରେ ପକାଇ ପାରି ନାହିଁ। ନିକଟରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୪-୨ରେ ଜିତିଛି, ଯାହା ପରେ ସେମାନେ ଟେବୁଲର ଶୀର୍ଷରେ ଅଛନ୍ତି। ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିବା ଅଷ୍ଟ୍ରେଲିଆ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି।
ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (୨୦୨୩-୨୫)ରେ ଭାରତ ୯ଟି ମ୍ୟାଚ ଖେଳିଛି। ଏଥିରେ ଭାରତ ୬ଟି ଜିତିଛି, ୨ରେ ହାରିଛି। ୧ ଡ୍ରରେ ଶେଷ ହୋଇଛନ୍ତି। ଭାରତର ବିଜୟ ପ୍ରତିଶତ ହେଉଛି ୬୮.୫୧। ଦ୍ୱିତୀୟ ସ୍ଥାନରେ ଥିବା ଅଷ୍ଟ୍ରେଲିଆ ୧୨ଟି ମ୍ୟାଚ ଖେଳିଛି। ଏଥିରେ ସେମାନେ ୮ଟି ଜିତିଛନ୍ତି, ୩ରେ ହାରିଛନ୍ତି ଏବଂ ଗୋଟିଏ ଡ୍ରରେ ଶେଷ ହୋଇଛନ୍ତି। ଅଷ୍ଟ୍ରେଲିଆର ବିଜୟ ପ୍ରତିଶତ ହେଉଛି ୬୨.୫୦। ନ୍ୟୁଜିଲାଣ୍ଡ ଦଳ ଏପର୍ଯ୍ୟନ୍ତ ୬ଟି ମ୍ୟାଚ ଖେଳିଥିବା ତାଲିକାରେ ତୃତୀୟ ସ୍ଥାନରେ ରହିଛି। ୬ଟି ମ୍ୟାଚରେ ନ୍ୟୁଜିଲାଣ୍ଡ ୩ଟି ଜିତି ୩ରେ ହାରିଛି। କିୱି ଦଳର ବିଜୟ ପ୍ରତିଶତ ହେଉଛି ୫୦।
ଏହି ତାଲିକାରେ ଆଗକୁ ବାଂଲାଦେଶ ୫୦ ପ୍ରତିଶତ ବିଜୟ ସହ ଚତୁର୍ଥ ସ୍ଥାନରେ ଏବଂ ପାକିସ୍ତାନ ୩୬.୬୬ ପ୍ରତିଶତ ବିଜୟ ସହ ପଞ୍ଚମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri