Posted inଖେଳ

ଭାରତର ସହଜ ବିଜୟ …

ଲଣ୍ଡନ, ୧୨।୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ସହଜ ବିଜୟ ହାସଲ କରିଛି। ଧାର୍ଯ୍ୟ ୧୧୧ ରନ୍‌ ଲକ୍ଷ୍ୟର ପିଛା କରି ଭାରତ ୧୮.୪ ଓଭରରେ କୌଣସି ଓ୍ବିକେଟ ନ ହରାଇ ୧୧୪ ରନ୍‌ ସଂଗ୍ରହ କରିଛି। ଲଣ୍ଡନର କେନିଂଟନ୍‌ ଓଭାଲରେ ଖେଳାଯାଉଥିବା ଏହି ଏକ ଦିବସୀୟ ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମା ବୋଲିଂ କରିବାକୁ ଟିମ୍‌ ଇଣ୍ଡିଆ ସହିତ ପଡ଼ିଆକୁ ଓହ୍ଲାଇଥିଲେ। ସେହିପରି ଇଂଲଣ୍ଡ ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରିଥିଲା। ତେବେ ଇଂଲଣ୍ଡ ଦଳ ପ୍ରଥମରୁ ବ୍ୟାଟିଂ ଲାଇନ୍‌ ବିପର୍ଯ୍ୟସ୍ତର ସମ୍ମୁଖୀନ ହୋଇଥିଲା। ଇଂଲଣ୍ଡ ଦଳ ୨୫.୨ ଓଭରରେ ସମସ୍ତ ଓ୍ବିକେଟ ହରାଇ ମାତ୍ର ୧୧୦ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଫଳରେ ଭାରତ ପାଇଁ ୧୧୧ ରନ୍‌ର ବିଜୟ ଲକ୍ଷ୍ୟ ରହିଥିଲା।

ଭାରତ ପକ୍ଷରୁ ରୋହିତ ଶର୍ମା ୫୮ ବଲରେ ୭୬ ରନ୍‌ କରିଥିଲେ। ସେହିପରି ଶିଖର ଧାଓ୍ବନ ୫୪ ବଲରେ ୩୧ ରନ୍‌ କରିଥିଲେ।
ଇଂଲଣ୍ଡ ପକ୍ଷରୁ ଜନସନ ରାଏ ୫ ବଲ୍‌ ଖେଳି କୌଣସି ରନ୍‌ ନ କରି ପାଭିଲିୟନ ଫେରିଥିଲେ। ସେହିପରି ଜୋଏ ରୁଟ୍‌, ବେନ୍‌ ଷ୍ଟୋକ୍‌, ଲିଆମ୍‌ ଲିଭିଂଷ୍ଟୋନ୍‌ ଖାତା ନଖୋଲି ପାଭିଲିୟନ ଫେରି ଥିଲେ। ଜୋନି ବେୟାରଷ୍ଟୋ ୨୦ ବଲ୍‌ ରେ ୭ ରନ୍‌ କରିଥିବାବେଳେ ଜୋସ୍‌ ବଟଲର ୩୨ ବଲ୍‌ରେ ୩୦ ରନ୍‌, ମୋଏନ ଅଲ୍ଲୀ ୧୮ ବଲ୍‌ରେ ୧୪ ରନ୍‌ କରିଥିଲେ। ଭାରତୀୟ ବୋଲର ଜସପ୍ରୀତ୍‌ ବୁମ୍ରା ୬ ଓ୍ବିକେଟ ନେଇ ଇଂଲଣ୍ଡ ଦଳ ପାଇଁ କୋକୁଆ ଭୟ ସୃଷ୍ଟି କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri