Posted inଜାତୀୟ

ଆମ ପ୍ରଧାନମନ୍ତ୍ରୀ ମୋଦି ଜିଙ୍କ ଠାରୁ ଅଧିକ ସଚ୍ଚୋଟ ହେବେ:ତେଜସ୍ବୀ

ମୁମ୍ବାଇ,୩୧।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ପୂର୍ବରୁ ତାଙ୍କ ପିତା ଲାଲୁ ପ୍ରସାଦ ଯାଦବଙ୍କ ସହ ମୁମ୍ବାଇରେ ପହଞ୍ଚିଥିବା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ପ୍ରସାଦ ଯାଦବ କହିଛନ୍ତି ଯେ, ମୋଦିଙ୍କ ଅପେକ୍ଷା ଯିଏ ଅଧିକ ସଚ୍ଚୋଟ ହେବ, ସେ ହିଁ ଆଗାମୀ ପ୍ରଧାନମନ୍ତ୍ରୀ ହେବେ।
ତେଜସ୍ବୀ କହିଛନ୍ତି, ଜନସାଧାରଣଙ୍କ ଚାହିଦା ଅନୁଯାୟୀ ଆମେ (ବିରୋଧୀ ଦଳ) ସାମ୍ପ୍ରଦାୟିକ ବାହିନୀ ସହିତ ଲଢିବା ପାଇଁ ଏକାଠି ହୋଇଛୁ। ଦେଶର ଲୋକମାନେ ଚାହୁଁଥିଲେ ଯେ ଏହି ମେଣ୍ଟ ଗଠନ ପାଇଁ ଆମେ କାର୍ଯ୍ୟ କରିବା। ସମସ୍ତେ ଜାଣନ୍ତି ପ୍ରଧାନମନ୍ତ୍ରୀ ବାଛିବା ପ୍ରକ୍ରିୟା କ’ଣ? ଏମ୍‌ପିମାନେ ସେମାନଙ୍କର ନେତା ବାଛିବେ। ‘ଇଣ୍ଡିଆ’ ପକ୍ଷରୁ ଯେଉଁ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବେ, ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ଅଧିକ ସଚ୍ଚୋଟ ଏବଂ ଲୋକଙ୍କ ପ୍ରତି ବିଶ୍ୱସ୍ତ ରହିବେ।
ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଗୁରୁବାର ମୁମ୍ବାଇରେ ଆରମ୍ଭ ହେବ। ଏହି ୨ ଦିନିଆ ସମାବେଶରେ ମେଣ୍ଟ ପାଇଁ ଏକ ସମନ୍ବୟ ସମିତି ଘୋଷଣା ସହ ଲୋଗୋ ଜାରି କରାଯିବ। ପରସ୍ପର ମଧ୍ୟରେ ଥିବା ମତଭେଦକୁ ଦୂରକରି ୨୦୨୪ ଲୋକ ସଭା ନିର୍ବାଚନ ସକାଶେ ଇଣ୍ଡିଆ ପକ୍ଷରୁ ମିଳିତ ରଣନୀତି ପ୍ରସ୍ତୁତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri