ପାକିସ୍ତାନରେ ଭାରତର ଶତ୍ରୁ ଆଉ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା, ଅଜ୍ଞାତ ଆକ୍ରମଣକାରୀ କଲେ ହତ୍ୟା…

ଇସଲାମାବାଦ,୬।୧୨ : ପାକିସ୍ତାନରେ ଭାରତର ଅନ୍ୟତମ ଆତଙ୍କବାଦୀ ଅଦନାନ ଅହମ୍ମଦଙ୍କ ହତ୍ୟା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, କରାଚିରେ ତାଙ୍କୁ ଅଜ୍ଞାତ ଆକ୍ରମଣକାରୀମାନେ ହତ୍ୟା କରିଛନ୍ତି। ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ଅଦନାନ ୨୦୧୬ ମସିହାରେ ପାମ୍ପୋରରେ ସିଆରପିଏଫ କନଭେନ ଉପରେ ହୋଇଥିବା ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲେ। ଏହି ଆକ୍ରମଣରେ ଆଠ ଯବାନ ଶହୀଦ ହୋଇଥିଲେ ଏବଂ ୨୨ ଜଣ ଆହତ ହୋଇଥିଲେ।

୨୦୧୫ ଉଦମପୁର ଆତଙ୍କବାଦୀ ଆକ୍ରମଣରେ ମଧ୍ୟ ଅଦନାନ ସମ୍ପୃକ୍ତ ଥିଲେ। ଏହା ବ୍ୟତୀତ ସେ ପାକିସ୍ତାନରେ ନୂଆ ଆତଙ୍କବାଦୀ ନିଯୁକ୍ତି କରୁଥିଲେ। ସେ ଜମ୍ମୁ-କଶ୍ମୀରର ଶ୍ରୀନଗର ଏବଂ ପୁଲୱାମାରେ ଆତ୍ମଘାତୀ ଆକ୍ରମଣ କରିବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହା ସହିତ ତାଙ୍କୁ ପାକିସ୍ତାନ ଅଧକୃତ କଶ୍ମୀରର ଲଶ୍କର କ୍ୟାମ୍ପରେ ନୂତନ ନିଯୁକ୍ତ ସଦସ୍ୟ ମାନଙ୍କୁ ତାଲିମ ଦେବାର ଦାୟିତ୍ୱ ମଧ୍ୟ ଦିଆଯାଇଥିଲା।

ଗତ ଦୁଇ ବର୍ଷ ମଧ୍ୟରେ ପାକିସ୍ତାନରେ ଏହିପରି ଅନେକ ଆତଙ୍କବାଦୀ ଅଜ୍ଞାତ ଆକ୍ରମଣକାରୀଙ୍କ ଶିକାର ହୋଇଛନ୍ତି। ତେବେ ଏହି ହତ୍ୟାକାଣ୍ଡକୁ ନେଇ ପାକିସ୍ତାନ ନୀରବ ରହିଛି। ସୂଚନାଯୋଗ ଏହି ଉପାୟରେ ମୃତ୍ୟୁ ଘଟିଥିବା ପ୍ରାୟ ସମସ୍ତ ଆତଙ୍କବାଦୀ ଲଶ୍କର-ଇ-ତୋଏବା, ହିଜବୁଲ ମୁଜାହିଦ୍ଦିନ ଏବଂ ଜୈଶ-ଇ-ମହମ୍ମଦ ସହ ଜଡିତ ଥିଲେ।

ଅଦନାନଙ୍କ ହତ୍ୟାରେ ମଧ୍ୟ ସମାନ ଶୈଳୀ ଦେଖିବାକୁ ମିଳିଛି। ପ୍ରତ୍ୟେକ ମାମଲାରେ ବାଇକ ଚଳାଉଥିବା ଅଜ୍ଞାତ ଅପରାଧୀମାନେ ଆସି ଭାରତରେ ଆତଙ୍କବାଦ ବିସ୍ତାର କରିଥିବା ଅଭିଯୁକ୍ତଙ୍କୁ ହତ୍ୟା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri