ପାକିସ୍ତାନରେ ଭାରତର ଶତ୍ରୁ ଆଉ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା, ଅଜ୍ଞାତ ଆକ୍ରମଣକାରୀ କଲେ ହତ୍ୟା…

ଇସଲାମାବାଦ,୬।୧୨ : ପାକିସ୍ତାନରେ ଭାରତର ଅନ୍ୟତମ ଆତଙ୍କବାଦୀ ଅଦନାନ ଅହମ୍ମଦଙ୍କ ହତ୍ୟା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, କରାଚିରେ ତାଙ୍କୁ ଅଜ୍ଞାତ ଆକ୍ରମଣକାରୀମାନେ ହତ୍ୟା କରିଛନ୍ତି। ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ଅଦନାନ ୨୦୧୬ ମସିହାରେ ପାମ୍ପୋରରେ ସିଆରପିଏଫ କନଭେନ ଉପରେ ହୋଇଥିବା ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲେ। ଏହି ଆକ୍ରମଣରେ ଆଠ ଯବାନ ଶହୀଦ ହୋଇଥିଲେ ଏବଂ ୨୨ ଜଣ ଆହତ ହୋଇଥିଲେ।

୨୦୧୫ ଉଦମପୁର ଆତଙ୍କବାଦୀ ଆକ୍ରମଣରେ ମଧ୍ୟ ଅଦନାନ ସମ୍ପୃକ୍ତ ଥିଲେ। ଏହା ବ୍ୟତୀତ ସେ ପାକିସ୍ତାନରେ ନୂଆ ଆତଙ୍କବାଦୀ ନିଯୁକ୍ତି କରୁଥିଲେ। ସେ ଜମ୍ମୁ-କଶ୍ମୀରର ଶ୍ରୀନଗର ଏବଂ ପୁଲୱାମାରେ ଆତ୍ମଘାତୀ ଆକ୍ରମଣ କରିବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହା ସହିତ ତାଙ୍କୁ ପାକିସ୍ତାନ ଅଧକୃତ କଶ୍ମୀରର ଲଶ୍କର କ୍ୟାମ୍ପରେ ନୂତନ ନିଯୁକ୍ତ ସଦସ୍ୟ ମାନଙ୍କୁ ତାଲିମ ଦେବାର ଦାୟିତ୍ୱ ମଧ୍ୟ ଦିଆଯାଇଥିଲା।

ଗତ ଦୁଇ ବର୍ଷ ମଧ୍ୟରେ ପାକିସ୍ତାନରେ ଏହିପରି ଅନେକ ଆତଙ୍କବାଦୀ ଅଜ୍ଞାତ ଆକ୍ରମଣକାରୀଙ୍କ ଶିକାର ହୋଇଛନ୍ତି। ତେବେ ଏହି ହତ୍ୟାକାଣ୍ଡକୁ ନେଇ ପାକିସ୍ତାନ ନୀରବ ରହିଛି। ସୂଚନାଯୋଗ ଏହି ଉପାୟରେ ମୃତ୍ୟୁ ଘଟିଥିବା ପ୍ରାୟ ସମସ୍ତ ଆତଙ୍କବାଦୀ ଲଶ୍କର-ଇ-ତୋଏବା, ହିଜବୁଲ ମୁଜାହିଦ୍ଦିନ ଏବଂ ଜୈଶ-ଇ-ମହମ୍ମଦ ସହ ଜଡିତ ଥିଲେ।

ଅଦନାନଙ୍କ ହତ୍ୟାରେ ମଧ୍ୟ ସମାନ ଶୈଳୀ ଦେଖିବାକୁ ମିଳିଛି। ପ୍ରତ୍ୟେକ ମାମଲାରେ ବାଇକ ଚଳାଉଥିବା ଅଜ୍ଞାତ ଅପରାଧୀମାନେ ଆସି ଭାରତରେ ଆତଙ୍କବାଦ ବିସ୍ତାର କରିଥିବା ଅଭିଯୁକ୍ତଙ୍କୁ ହତ୍ୟା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri