ଭାରତର ପ୍ରଥମ ବକ୍ସାଇଟ ସିଆର୍‌ଏମ୍‌ ଲୋକାର୍ପିତ

ଭୁବନେଶ୍ୱର,୨୬।୩: ଭାବା ଆଟମିକ ରିସର୍ଚ୍ଚ ସେଣ୍ଟର (ବିଏଆର୍‌ସି) ଏବଂ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ)ର ମିଳିତ ସହଯୋଗରେ ଭାରତର ପ୍ରଥମ ବକ୍ସାଇଟ ସିଆର୍‌ଏମ୍‌ (ସାର୍ଟିଫାଏଡ୍‌ ରେଫରେନ୍ସ ମ୍ୟାଟେରିଆଲ) ‘ବିଏଆର୍‌ସି ବି୧୨୦୧’ର ପ୍ରସ୍ତୁତ କରାଯାଇଛି। ଏପରିକି ଏହା ବିଶ୍ୱର ୫ମ ଏବଂ ଭାରତରେ ବିକଶିତ ପ୍ରଥମ ସିଆର୍‌ଏମ୍‌ ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ଉଭୟ ସଂସ୍ଥା ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ନାଲ୍‌କୋର ଭୁବନେଶ୍ୱରସ୍ଥିତ ନାଲ୍‌କୋ ଅନୁସନ୍ଧାନ ଏବଂ ପ୍ରଯୁକ୍ତିବିଦ୍ୟା କେନ୍ଦ୍ରଠାରେ ଭାରତର ପ୍ରଥମ ବକ୍ସାଇଟ ସିଆର୍‌ଏମ୍‌ ଲୋକାର୍ପିତ ହୋଇଯାଇଛି। ଏହି ଅବସରରେ ନାଲ୍‌କୋର ପ୍ରକଳ୍ପ ଓ ବୈଷୟିକ ନିର୍ଦ୍ଦେଶକ ମନସା ପ୍ରସାଦ ମିଶ୍ର ଏବଂ ବିଏଆର୍‌ସି ଅନ୍ତର୍ଗତ ରାଷ୍ଟ୍ରୀୟ ପଦାର୍ଥ ସଂରଚନା ଅଭିଲକ୍ଷଣ କେନ୍ଦ୍ରର ମୁଖ୍ୟ ଡ. ଏ.ସି. ସହାୟମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଲୋକାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଭୟ ଅନୁଷ୍ଠାନର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ନାଲ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀଧର ପାତ୍ର କହିଥିଲେ, ଭାବା ପରମାଣୁ ଅନୁସନ୍ଧାନ କେନ୍ଦ୍ରର ମିଳିତ ସହଯୋଗରେ ଏଭଳି ଏକ ନୂତନ ଉତ୍ପାଦର ବିକାଶ କରାଯାଇପାରିଛି। ବିଶେଷକରି ଆମର ଗବେଷଣାରତ ଲାବ୍‌ଗୁଡ଼ିକ ପାଇଁ ଆବଶ୍ୟକ ହେଉଥିବା ଏଭଳି ଅଭିନବ ଉତ୍ପାଦଟି ପ୍ରସ୍ତୁତ କରାଯାଇପାରିଛି। ସେହିଭଳି ଉକ୍ତ ସଫଳତା ଗବେଷକମାନଙ୍କୁ ଆଗାମୀ ଦିନରେ ପ୍ରେରଣା ଯୋଗାଇବା ସହ ଆତ୍ମନିର୍ଭର ଭାରତର ସ୍ବପ୍ନ ଓ ମେକ୍‌ ଇନ୍‌ ଇଣ୍ଡିଆକୁ ସଫଳ କରାଇବା ଦିଗରେ ବେଶ୍‌ ସହାୟକ ହେବ। ଉଲ୍ଲେଖଯୋଗ୍ୟ, ଏହି ନୂତନ ଉତ୍ପାଦଟିକୁ ବିଭିନ୍ନ ଉଦ୍ୟୋଗ,ରିସର୍ଚ୍ଚ ଲାବ୍‌ ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକ ନିଜର ପ୍ରୟୋଗାତ୍ମକ ଓ ବିଶ୍ଲେଷଣାତ୍ମକ କାର୍ଯ୍ୟ, ଉପକରଣଗୁଡି଼କର କାର୍ଯ୍ୟଦକ୍ଷତା ସହ ବକ୍ସାଇଟ୍‌ର ନିୟମିତ ବିଶ୍ଲେଷଣଜନିତ ତଥ୍ୟର ମାନ ନିୟନ୍ତ୍ରଣ ନିମନ୍ତେ ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri