Posted inଜାତୀୟ

ମୁମ୍ବାଇରେ ଦେଶର ପ୍ରଥମ ଏକ୍ସଇ ଭାରିଆଣ୍ଟ ମାମଲା

ନୂଆଦିଲ୍ଲୀ,୮।୪: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଏକ୍ସଇ ମାମଲା ମୁମ୍ବାଇରେ ଚିହ୍ନଟ ହୋଇଛି। ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ଭାରତରେ ପ୍ରଥମ ଏକ୍ସଇ ମାମଲା। ସେହିପରି କାପ୍ପା ଭାରିଆଣ୍ଟର ଗୋଟିଏ ମାମଲା ମଧ୍ୟ ଚିହ୍ନଟ ହୋଇଛି। ତେବେ ନୂଆ ଭାରିଆଣ୍ଟ ସଂକ୍ରମିତଙ୍କଠାରେ କୌଣସି ଗୁରୁତର ଲକ୍ଷଣ ଦେଖାଯାଇ ନାହିଁ। ମୁମ୍ବାଇର ମୋଟ ୨୩୦ କୋଭିଡ୍‌ ରୋଗୀଙ୍କ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିବା ବେଳେ ସେଥିରୁ ୨୨୮ ଜଣଙ୍କଠାରେ ଓମିକ୍ରନ୍‌, ଜଣକଠାରେ କାପ୍ପା ଏବଂ ଜଣେ ଏକ୍ସଇରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା।

ଏକ୍ସଇ ମ୍ୟୁଟାଣ୍ଟ କୋଭିଡ୍‌-୧୯ର ଅନ୍ୟ ସମସ୍ତ ଭାରିଆଣ୍ଟ ତୁଳନାରେ ଅଧିକ ସଂକ୍ରାମକ ବୋଲି ପୂର୍ବରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଥିଲା। ଏହି ନୂଆ ଭାରିଆଣ୍ଟ ପ୍ରଥମେ ଜାନୁୟାରୀ ୧୯ରେ ବ୍ରିଟେନରେ ଚିହ୍ନଟ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ସେଠାରେ ୬୩୭ ମାମଲା ଦେଖାଗଲାଣି। ଓମିକ୍ରନ୍‌ର ଦୁଇ ସବ୍‌ଭାରିଆଣ୍ଟ ବିଏ.୧ ଏବଂ ବିଏ.୨ର ମିଶ୍ରଣରେ ଏକ୍ସଇ ହୋଇଥିବା କୁହାଯାଉଛି। ଜଣେ ରୋଗୀ କୋଭିଡ୍‌ର ଏକାଧିକ ମ୍ୟୁଟାଣ୍ଟ ଦ୍ୱାରା ସଂକ୍ରମିତ ହେଲେ ଏଭଳି ମିଶ୍ରିତ ଭାରିଆଣ୍ଟ ସୃଷ୍ଟି ହୋଇଥାଏ ବୋଲି ବ୍ରିଟେନ ବିଶେଷଜ୍ଞମାନେ କହିଛନ୍ତି। ଏକ୍ସଇ ଓମିକ୍ରନ୍‌ର ବିଏ.୨ ସବ୍‌ଭାରିଆଣ୍ଟ ତୁଳନାରେ ୧୦ ପ୍ରତିଶତ ଅଧିକ ସଂକ୍ରାମକ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri