Posted inଜାତୀୟ

ଭାରତର ପ୍ରଥମ ମହିଳା ସୁପ୍ରିମକୋର୍ଟ ବିଚାରପତି ଏମ୍ ଫାତିମା ବିବିଙ୍କର ୯୬ ବର୍ଷ ବୟସରେ ଦେହାନ୍ତ

ନୂଆଦିଲ୍ଲୀ,୨୩।୧୧: ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ନିଯୁକ୍ତ ହୋଇଥିବା ପ୍ରଥମ ମହିଳା ବିଚାରପତି ଏମ୍ ଫାତିମା ବିବିଙ୍କର ଗୁରୁବାର ୯୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ଫାତିମା ପ୍ରଥମ ମୁସଲମାନ ମହିଳା ବିଚାରପତି ଯିଏକି କୌଣସି ଉଚ୍ଚ ନ୍ୟାୟପାଳିକାରେ ନିଯୁକ୍ତ ହୋଇଥିଲେ। ଏପ୍ରିଲ୍ ୨୯, ୧୯୯୨ ରେ ଅବସର ନେବା ପର୍ଯ୍ୟନ୍ତ ସେ ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ଭାବେ ରହିଥିଲେ।

ଅବସର ନେବା ପରେ ସେ ଜାତୀୟ ମାନବାଧିକାର କମିଶନ ଭାବେ ଦାୟିତ୍ୱ ନେଇଥିଲେ। ପରେ ସେ ତାମିଲନାଡୁର ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ।

ତେବେ ଜାନୁୟାରୀ ୨୬, ୧୯୫୦ ରେ ଆରମ୍ଭ ହୋଇଥିବା ସୁପ୍ରିମକୋର୍ଟରେ ଆରମ୍ଭରୁ ବହୁତ କମ୍ ମହିଳା ବିଚାରପତି ନିଯୁକ୍ତ ହୋଇଥିଲେ ଏବଂ ୭୧ ବର୍ଷରୁ ଅଧିକ ସମୟ ମଧ୍ୟରେ ୧୯୮୯ ମସିହାରେ ଏମ. ଫାତିମା ବିବିଙ୍କ ଠାରୁ ଆରମ୍ଭ କରି କେବଳ ଆଠଜଣ ମହିଳା ବିଚାରପତି ନିଯୁକ୍ତ ହୋଇଛନ୍ତି।

ଫାତିମା ବିବି ୩୦ ଏପ୍ରିଲ ୧୯୨୭ ରେ କେରଳର ଏକ ମୁସଲିମ ପରିବାରରେ ଜନ୍ମଗ୍ରହଣ କରିଥିଲେ ଏବଂ ତାଙ୍କ ପିତା ତାଙ୍କୁ ଆଇନ ଅଧ୍ୟୟନ ପାଇଁ ଉତ୍ସାହିତ କରିଥିଲେ। ୧୯୫୦ ମସିହାରେ, ସେ ବାର୍ କାଉନସିଲ୍ ପରୀକ୍ଷାରେ ଶୀର୍ଷରେ ରହି ବାର୍ କାଉନସିଲ୍ ସ୍ୱର୍ଣ୍ଣ ପଦକ ପାଇଥିବା ପ୍ରଥମ ମହିଳା ହୋଇଥିଲେ। କେରଳରେ ଆଡଭୋକେଟ୍ ଭାବରେ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ ଏବଂ ୧୯୭୪ ମସିହାରେ ଜିଲା ତଥା ସେସନ କୋର୍ଟ ବିଚାରପତି ହେବା ପାଇଁ କାର୍ୟ୍ୟ କରିଥିଲେ। ୧୯୮୦ ମସିହାରେ ସେ ଆୟକର ଆବେଦନ ଟ୍ରିବ୍ୟୁନାଲରେ ଯୋଗ ଦେଇଥିଲେ ଏବଂ ୧୯୮୩ ରେ ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ୧୯୮୯ ରେ, ସେ ସୁପ୍ରିମକୋର୍ଟରେ ନିଯୁକ୍ତ ପ୍ରଥମ ମହିଳା ହୋଇ ଇତିହାସ ସୃଷ୍ଟି କରିଥିଲେ, ଯେଉଁଠି ଏପ୍ରିଲ୍ ୨୯, ୧୯୯୨ ରେ ଅବସର ନେବା ପର୍ଯ୍ୟନ୍ତ ସେ ରହିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?