Posted inଖେଳ

ଏସିଆନ୍‌ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ: ଇତିହାସ ରଚିଲେ ଭାରତୀୟ ଶୁଟର

ଗାଙ୍ଗଝୋ,୨୫।୯: ଏସିଆନ୍‌ ଗେମ୍ସର ଦ୍ୱିତୀୟ ଦିନରେ ଭାରତ ଭଲ ଆରମ୍ଭ କରିଥିଲା। ଶୁଟିଂରେ ଦେଶକୁ ସ୍ବର୍ଣ୍ଣ ପଦକ ମିଳିଛି। ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ଐଶ୍ୱର୍ଯ୍ୟ ପ୍ରତାପ ସିଂ ତୋମର, ରୁଦ୍ରଙ୍କେଶ ଏବଂ ଦିବ୍ୟାଂଶ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦେଶକୁ ପ୍ରଥମ ସ୍ବର୍ଣ୍ଣ ପଦକ ପ୍ରଦାନ କରିବା ସହ ଏହି ୩ ଜଣ ବିଶ୍ୱ ରେକର୍ଡ ମଧ୍ୟ ସୃଷ୍ଟି କରିଛି।
ପୁରୁଷ ୧୦ ମିଟର ଏୟାର ରାଇଫଲ ବିଭାଗରେ ଭାରତୀୟ ଦଳ ମୋଟ ୧୮୯୩.୭ ସ୍କୋର କରି ବିଶ୍ୱ ରେକର୍ଡ ଭାଙ୍ଗିଛି। ଏହାପୂର୍ବରୁ ଶୁଟିଂ ଦଳ ଇଭେଣ୍ଟରେ ସର୍ବାଧିକ ସ୍କୋର ଚାଇନା ନାମରେ ହୋଇଥିଲା। ଗତ ମାସରେ ବାକୁ ବିଶ୍ୱ ଚାମ୍ପିଅନସିପରେ ଚାଇନାର ଖେଳାଳିମାନେ ୧୮୯୩.୩ ସ୍କୋର ହାସଲ କରିଥିଲେ। ଚାଇନା ତୁଳନାରେ ଭାରତୀୟ ଦଳ ୦.୪ ପଏଣ୍ଟ ଅଧିକ ସ୍କୋର କରିଛି।
ଭାରତୀୟ ଶୁଟରଙ୍କ ଚମତ୍କାର ପ୍ରଦର୍ଶନ ପରେ ଚାଇନା ମଧ୍ୟ ଏସୀୟ ରେକର୍ଡ ଏବଂ ଗେମ୍ସ ରେକର୍ଡ ଚାର୍ଟରେ ନିଜର ସ୍ଥାନ ହରାଇଛି। ବର୍ତ୍ତମାନ ଟିମ ଇଣ୍ଡିଆର ନାମ ଇତିହାସରେ ଯୋଡି ହୋଇଛି।
ଏହାସହ ଭାରତର ପଦକ ସଂଖ୍ୟ ୭ରେ ପହଞ୍ଚିଛି। ଭାରତ ବର୍ତ୍ତମାନ ଗୋଟିଏ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୩ ବ୍ରୋଞ୍ଚ ପଦକ ମିଳିଛି। ବର୍ତ୍ତମାନ ମହିଳା କ୍ରିକେଟ ଦଳ ଦେଶ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଶୁଟିଂ ଏବଂ ନୌକାଚାଳନାରେ ଅନେକ ପଦକ ଆଶା କରାଯାଏ। ପ୍ରଥମ ଦିନରେ ଭାରତ ପାଞ୍ଚଟି ପଦକ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri