Posted inଖେଳ

ଏସିଆନ୍‌ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ: ଇତିହାସ ରଚିଲେ ଭାରତୀୟ ଶୁଟର

ଗାଙ୍ଗଝୋ,୨୫।୯: ଏସିଆନ୍‌ ଗେମ୍ସର ଦ୍ୱିତୀୟ ଦିନରେ ଭାରତ ଭଲ ଆରମ୍ଭ କରିଥିଲା। ଶୁଟିଂରେ ଦେଶକୁ ସ୍ବର୍ଣ୍ଣ ପଦକ ମିଳିଛି। ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ଐଶ୍ୱର୍ଯ୍ୟ ପ୍ରତାପ ସିଂ ତୋମର, ରୁଦ୍ରଙ୍କେଶ ଏବଂ ଦିବ୍ୟାଂଶ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦେଶକୁ ପ୍ରଥମ ସ୍ବର୍ଣ୍ଣ ପଦକ ପ୍ରଦାନ କରିବା ସହ ଏହି ୩ ଜଣ ବିଶ୍ୱ ରେକର୍ଡ ମଧ୍ୟ ସୃଷ୍ଟି କରିଛି।
ପୁରୁଷ ୧୦ ମିଟର ଏୟାର ରାଇଫଲ ବିଭାଗରେ ଭାରତୀୟ ଦଳ ମୋଟ ୧୮୯୩.୭ ସ୍କୋର କରି ବିଶ୍ୱ ରେକର୍ଡ ଭାଙ୍ଗିଛି। ଏହାପୂର୍ବରୁ ଶୁଟିଂ ଦଳ ଇଭେଣ୍ଟରେ ସର୍ବାଧିକ ସ୍କୋର ଚାଇନା ନାମରେ ହୋଇଥିଲା। ଗତ ମାସରେ ବାକୁ ବିଶ୍ୱ ଚାମ୍ପିଅନସିପରେ ଚାଇନାର ଖେଳାଳିମାନେ ୧୮୯୩.୩ ସ୍କୋର ହାସଲ କରିଥିଲେ। ଚାଇନା ତୁଳନାରେ ଭାରତୀୟ ଦଳ ୦.୪ ପଏଣ୍ଟ ଅଧିକ ସ୍କୋର କରିଛି।
ଭାରତୀୟ ଶୁଟରଙ୍କ ଚମତ୍କାର ପ୍ରଦର୍ଶନ ପରେ ଚାଇନା ମଧ୍ୟ ଏସୀୟ ରେକର୍ଡ ଏବଂ ଗେମ୍ସ ରେକର୍ଡ ଚାର୍ଟରେ ନିଜର ସ୍ଥାନ ହରାଇଛି। ବର୍ତ୍ତମାନ ଟିମ ଇଣ୍ଡିଆର ନାମ ଇତିହାସରେ ଯୋଡି ହୋଇଛି।
ଏହାସହ ଭାରତର ପଦକ ସଂଖ୍ୟ ୭ରେ ପହଞ୍ଚିଛି। ଭାରତ ବର୍ତ୍ତମାନ ଗୋଟିଏ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୩ ବ୍ରୋଞ୍ଚ ପଦକ ମିଳିଛି। ବର୍ତ୍ତମାନ ମହିଳା କ୍ରିକେଟ ଦଳ ଦେଶ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଶୁଟିଂ ଏବଂ ନୌକାଚାଳନାରେ ଅନେକ ପଦକ ଆଶା କରାଯାଏ। ପ୍ରଥମ ଦିନରେ ଭାରତ ପାଞ୍ଚଟି ପଦକ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri