ଭାରତର ଇସ୍ପାତ ଶିଳ୍ପରେ ପ୍ରଥମ ଗ୍ରୀନ୍‌ ହାଇଡ୍ରୋଜେନ ପ୍ଲାଣ୍ଟ ଉଦ୍‌ଘାଟିତ

ନୂଆଦିଲ୍ଲୀ,୫।୩: ଭାରତର ଇସ୍ପାତ ଶିଳ୍ପରେ ପ୍ରଥମ ଗ୍ରୀନ୍‌ ହାଇଡ୍ରୋଜେନ ପ୍ଲାଣ୍ଟ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)ର ହିସାର ୟୁନିଟରେ ଗ୍ରୀନ ହାଇଡ୍ରୋଜେନର ବ୍ୟବହାର ହୋଇଛି। ଏପରିକି ହରିୟାଣାର ହିସାରଠାରେ ଥିବା ଜେଏସଏଲ୍‌ ହିସାର ୟୁନିଟ ଦ୍ୱାରା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ଗ୍ରୀନ ହାଇଡ୍ରୋଜେନ ପ୍ଲାଣ୍ଟକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଏବଂ ଇସ୍ପାତ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଭାସୀ ଜରିଆରେ ଏହାର ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଇସ୍ପାତ୍‌ ମନ୍ତ୍ରଣାଳୟର ଶାସନ ସଚିବ ନାଗେନ୍ଦ୍ର ନାଥ ସିହ୍ନା, ଜିନ୍ଦଲ ଷ୍ଟେନ୍‌ଲେସର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ଓ ହାଇଜେନକୋ ଗ୍ରୀନ ଏନର୍ଜି (ବୈଷୟିକ ସହଭାଗୀ)ର ସିଇଓ ଅମିତ ବଂଶଲଙ୍କ ଉପସ୍ଥିତ ଥିଲେ।
ଏନେଇ ମନ୍ତ୍ରୀ ସିନ୍ଧିଆ କହିଛନ୍ତି, ଷ୍ଟେନଲେସ ଷ୍ଟିଲ କ୍ଷେତ୍ରରେ ଭାରତର ପ୍ରଥମ ସବୁଜ ହାଇଡ୍ରୋଜେନ କାରଖାନା ଆରମ୍ଭ କରିଥିବାରୁ ମୁଁ ଉଭୟ ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ ଏବଂ ହାଇଜେନକୋକୁ ଅଭିନନ୍ଦନ ଜଣାଉଛି। ଏହି ସବୁଜ ହାଇଡ୍ରୋଜେନ ପଦକ୍ଷେପ ଇସ୍ପାତ୍‌ କ୍ଷେତ୍ରକୁ ଅଧିକ ସବୁଜ ଏବଂ ସ୍ଥାୟୀ କରିବ। ୨୦୭୦ ସୁଦ୍ଧା ନେଟ ଜିରୋ ନିର୍ଗମନ ଲକ୍ଷ୍ୟ ହାସଲ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁରଦୃଷ୍ଟି ଅନୁଯାୟୀ ଇସ୍ପାତ କ୍ଷେତ୍ର ଏକ ସବୁଜ ଭବିଷ୍ୟତ ପାଇଁ ନବୋନ୍ମେଷ କରିବାକୁ ପ୍ରତିଶ୍ରୁତିବଦ୍ଧ ରହିଛି।
ଏହି ପ୍ରକଳ୍ପକୁ ନେଇ ଆଶାବାଦୀ ଥିବା ଜିନ୍ଦଲ ଷ୍ଟେନଲେସର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ସଷ୍ଟେନେବଲିଟି ପାଇଁ ଆମର ପ୍ରତିବଦ୍ଧତା ଏହି ପାଇଲଟ ପ୍ରୋଜେକ୍ଟରୁ ଊଦ୍ଧର୍‌ବରେ। ଏହା କେବଳ ଆରମ୍ଭ ମାତ୍ର ଷ୍ଟେନ୍‌ଲେସ ଷ୍ଟିଲ ଉତ୍ପାଦନର ଅନ୍ୟାନ୍ୟ ପ୍ରକ୍ରିୟାରେ ସଫଳ ପ୍ରୟୋଗକୁ ଦୃଷ୍ଟିରେ ରଖି ଆମେ ଏହାକୁ ବଢ଼ାଇବୁ। ଆମେ ଅନୁଭବ କରୁ ଯେ ସଷ୍ଟେନେବିଲିଟି କେବଳ ଏକ ଲକ୍ଷ୍ୟ ନୁହେଁ, ବରଂ ଏକ ଯାତ୍ରା, ଯାହା ନିରନ୍ତର ପ୍ରୟାସ ଏବଂ ନୂତନତ୍ୱ ଆବଶ୍ୟକ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?