Posted inଜାତୀୟ

ଭାରତର ପ୍ରଥମ ସ୍ବଦେଶୀ ଏଚ୍‌୫ଏନ୍‌୧ ଟିକା ଶୁଭାରମ୍ଭ

ନୂଆଦିଲ୍ଲୀ,୨୨ା୧୧:କୁକୁଡ଼ାମାନଙ୍କୁ ଅତ୍ୟଧିକ ସଂକ୍ରାମକ ଆଭିଆନ୍‌ ଇନ୍‌ଫ୍ଲୁଏଞ୍ଜା (ଏଚ୍‌ପିଏଆଇ) ବା ବାର୍ଡ ଫ୍ଲୁରୁ ରକ୍ଷା କରିବା ଲକ୍ଷ୍ୟରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର ଦେଶର ପ୍ରଥମ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ କରିଛନ୍ତି। ଭୋପାଳସ୍ଥିତ ଆଇସିଏଆର୍‌-ନ୍ୟାଶ୍‌ନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ହାଇ ସିକ୍ୟୁରିଟି ଆନିମଲ୍‌ ଡିଜିଜେସ ଦ୍ୱାରା ଏହି ଟିକା ବିକଶିତ କରାଯାଇଛି। ଅତ୍ୟଧିକ ସଂକ୍ରାମକ ଆଭିଆନ ଇନ୍‌ଫ୍ଲୁଏଞ୍ଜା ସୃଷ୍ଟି କରୁଥିବା ‘କ୍ଲେଡ ୨.୩.୨.୧ଏ’ ର ଏଚ୍‌୫ଏନ୍‌୧ ଭୂତାଣୁ ବିରୁଦ୍ଧରେ ଭାରତରେ ବିକଶିତ ଏହା ହେଉଛି ପ୍ରଥମ ଟିକା। ଏହି ଟିକା ଭାରତର ଆତ୍ମନିର୍ଭରଶୀଳତାର ଏକ ପ୍ରକୃଷ୍ଟ ଉଦାହରଣ ବୋଲି ଚୌହାନ କହିଛନ୍ତି।
ସାଧାରଣତଃ ବାର୍ଡ ଫ୍ଲୁ ଭାବରେ ଜଣାଶୁଣା ଏଚ୍‌ପିଏଆଇ ହେଉଛି କୁକୁଡ଼ା ଏବଂ ଅନ୍ୟାନ୍ୟ ପକ୍ଷୀମାନଙ୍କୁ ପ୍ରଭାବିତ କରୁଥିବା ଏକ ଭୟଙ୍କର ଭୂତାଣୁଜନିତ ରୋଗ। ଏହାଦ୍ୱାରା ସଂକ୍ରମିତ ପକ୍ଷୀମାନଙ୍କ ମଧ୍ୟରେ ମୃତ୍ୟୁହାର ପ୍ରାୟ ୧୦୦ ପ୍ରତିଶତ ପର୍ଯ୍ୟନ୍ତ ହୋଇପାରେ। ଏହି କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶର କ୍ରୀଡ଼ା, ଯୁବ କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ବିଶ୍ୱାସ ସାରଙ୍ଗ, ଭୋପାଳ ଭାଜପା ସାଂସଦ ଆଲୋକ ଶର୍ମା ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆ କପ ଫାଇନାଲରେ ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ: ପାକିସ୍ତାନକୁ ଚାମ୍ପିୟନ ଘୋଷଣା, ରାଗରେ ଭାରତ କଲା ଏମିତି…

ନୂଆଦିଲ୍ଲୀ,୨୧।୧୧: ମେନ୍ସ ବ୍ଲାଇଣ୍ଡ କ୍ରିକେଟ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଶୁକ୍ରବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାର ଥିଲା। ହେଲେ ବାଂଲାଦେଶର ଢାକାରେ ଲଗାତାର…

ଏସ୍‌ଏସ୍‌ବି ଜୁନିୟର ଆସିଷ୍ଟାଣ୍ଟ, କ୍ଲର୍କ ପରୀକ୍ଷା ଘୁଞ୍ଚିଲା: ଏହି ଦିନ ହେବ ପରୀକ୍ଷା

ଭୁବନେଶ୍ୱର,୨୧ା୧୧(ସୁଚିସ୍ମିତା ସାହୁ):ବାତ୍ୟା ‘ଅକ୍ୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ଷ୍ଟେଟ ସିଲେକ୍ସନ ବୋର୍ଡ (ଏସ୍‌ଏସ୍‌ବି) ପକ୍ଷରୁ ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ପଦବୀ ପାଇଁ ହେବାକୁ ଥିବା…

ଛୋଟ ସାଥୀକୁ ଗିଳିଦେଲା ବିଶାଳକାୟ ତାରା: ମହାକାଶରେ ବିରଳ ଦୃଶ୍ୟ

ଓ୍ବାଶିଂଟନ,୨୧ା୧୧:ମହାକାଶ ବିଜ୍ଞାନ ଇତିହାସରେ ପ୍ରଥମ ଥର ପାଇଁ ଜ୍ୟୋତିର୍ବିଜ୍ଞାନୀମାନେ ଏକ ବିଶାଳକାୟ ତାରା ନିଜର ଛୋଟ ସାଥୀ ତାରାକୁ ଗିଳିିଦେଇ ନିଜ ଭିତରେ ମିଶାଇଦେବାର ବିରଳ ଘଟଣାକୁ…

ନୂଆ ଇତିହାସ ଲେଖିଲେ କେ.ଏଲ. ରାହୁଲ: ଯାହା କୌଣସି ଭାରତୀୟ ଓପନର୍‌ କରିପାରି ନ ଥିଲେ ତାହା କଲେ ହାସଲ

ଓ୍ବେଲିଂଟନ,୨୧।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନର ବେସିନ ରିଜର୍ଭ ଷ୍ଟାଡିୟମରେ ଖେଳାଯାଉଥିବା ଦୁଇ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲାର ତୃତୀୟ ଦିନରେ ଚମକିଛନ୍ତି…

୧ ଲକ୍ଷ ୧୫ ହଜାରକୁ ଖସିଲା ସୁନା

ନୂଆଦିଲ୍ଲୀ,୨୧ା୧୧: ସୁନା ଓ ରୁପା ଦରରେ ଲଗାତର ହ୍ରାସ ଜାରି ରହିଛି। ଇଣ୍ଡିଆନ ବୁଲିୟନ ଜୁଏଲର୍ସ ଆସୋସିଏଶନ(ଆଇବିଜେଏ)ର ସୂଚନା ଅନୁଯାୟୀ ଶୁକ୍ରବାର ୧୦ ଗ୍ରାମ (୨୪ କ୍ୟାରେଟ)…

କୃତ୍ରିମ ଚନ୍ଦ୍ର ମାଟିରେ ଆଳୁ ଚାଷ କଲେ ବୈଜ୍ଞାନିକ

ୱାଶିଂଟନ, ୨୧ା୧୧: କୃତ୍ରିମ ଚନ୍ଦ୍ର ମାଟିରେ ପୁଷ୍ଟିକର ଏବଂ ଖାଇବା ଉପଯୋଗୀ ଆଳୁ ଚାଷ କରିବାରେ ବୈଜ୍ଞାନିକମାନେ ସଫଳତା ହାସଲ କରିଛନ୍ତି। ନାସା ସହାୟତାରେ ଓରେଗନ୍‌ ଷ୍ଟେଟ୍‌…

ବାତ୍ୟା ସୁହାଇଲା,୨୩ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୧।୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ଶୁକ୍ରବାର ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ ସଂସଦୀୟ ବ୍ୟାପାର ତଥା ବୈଦ୍ୟୁତିକ ଓ…

ମାତ୍ର ୬ ରନ୍‌ରେ ଏକାକୀ ଅଧା ଟିମ୍‌କୁ ଆଉଟ୍ କଲେ ପ୍ରିନ୍ସ ଯାଦବ; କ୍ୟାରିୟରରେ ପ୍ରଥମ ଥର କଲେ ବଡ଼ କମାଲ୍!

ନୂଆଦିଲ୍ଲୀ, ୨୦।୧୧: ଏସିଆ କପ୍ ରାଇଜିଂ ଷ୍ଟାର୍ସ ୨୦୨୬ର ନିଜ ପ୍ରଥମ ମୁକାବିଲାରେ ଇଣ୍ଡିଆ-ଏ ଜବରଦସ୍ତ ପ୍ରଦର୍ଶନ କରିଛି। ଇଣ୍ଡିଆ-ଏ ନେପାଳକୁ ୩୦୬ ରନ୍‌ର ବିଶାଳ ବ୍ୟବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?