କାଲି ଲଞ୍ଚ ହେବ ଦେଶର ପ୍ରଥମ ଦେଶୀ ଆପ ଏଲିମେଣ୍ଟ୍ସ

ନୂଆଦିଲ୍ଲୀ,୪।୭-ଦିନକୁ ଦିନ ଦେଶରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଭାରତରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ପାଖାପଖି ୫୦ କୋଟିରୁ ଅଧିକ ରହିଥିବା ଏକ ତଥ୍ୟରୁ ଜଣାପଡ଼ିଛି। ଏହାସତ୍ତ୍ୱେ ଦେଶରେ ସାମାଜିକ ଗଣମାଧ୍ୟମ ବଜାରରେ ବିଦେଶୀ କମ୍ପାନୀଙ୍କ କବ୍ଜା ରହିଛି। ତେବେ ରବିବାର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ପ୍ରଥମ ଦେଶୀ ସାମାଜିକ ଗଣମାଧ୍ୟମ ଆପ ଏଲିମେଣ୍ଟ୍ସ (Elyments)କୁ ଲଞ୍ଚ କରିବେ। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଆର୍ଟ ଅଫ ଲିଭିଂର ସଂସ୍ଥାପକ ଶ୍ରୀଶ୍ରୀ ରବିଶଙ୍କର ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ଆପ ଲଞ୍ଚିଂ ସମୟରେ ଯୋଗ ଗୁରୁ ବାବା ରାମଦେବ, ଅଯୋଧ୍ୟା ରାମ ରେଡ୍ଡୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ ପ୍ରଭୁ ଉପସ୍ଥିତ ରହିପାରନ୍ତି। ଗୁଗୁଲ ପ୍ଲେ ଷ୍ଟୋରରେ ଏହି ଆପ ଉପଲବ୍ଧ ଏବଂ ଏହାକୁ ଅଦ୍ୟାବଧି ଲକ୍ଷାଧିକ ଲୋକ ଡାଉନଲୋଡ କରି ସାରିଛନ୍ତି। ୮ଟି ଭାଷାରେ ଏହି ଆପ ଉପଲବ୍ଧ ହେବ ଏବଂ ଏଥିରେ ଅଡିଓ-ଭିଡିଓ କଲିଂର ସୁବିଧା ମଧ୍ୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri