ତାଲିବାନୀ ସରକାର ଗଠନ ପରେ ଭାରତର ପ୍ରଥମ ବିବୃତ୍ତି ଜାରି…

ଜେନେଭା/ନୂଆଦିଲ୍ଲୀ,୮।୯: ତାଲିବାନୀ ସରକାରଙ୍କ ଘୋଷଣା ପରେ ଭାରତ ପକ୍ଷରୁ ପ୍ରଥମ ବିବୃତ୍ତି ଅନ୍ତର୍ଜାତୀୟ ସ୍ତରରେ ଜାରି କରାଯାଇଛି। ମିଳିତ ଜାତିସଂଘ ମହାସଭାରେ ଶାନ୍ତି ଏବଂ ସଂସ୍କୃତି ସମ୍ପର୍କିତ ଏକ ବୈଠକରେ ଯୋଗଦେଇ ଭାରତୀୟ ସ୍ଥାୟୀ ମିଶନର ସଚିବ ବିଦିଶା ମୈତ୍ରା କହିଛନ୍ତି ଯେ ଭାରତ କେବଳ ହିନ୍ଦୁ ଧର୍ମ, ବୌଦ୍ଧ ଧର୍ମ, ଜୈନ ଧର୍ମ ଏବଂ ଶିଖ ଧର୍ମର ଜନ୍ମସ୍ଥାନ ନୁହେଁ ବରଂ ଏକ ଦେଶ ଯେଉଁଠାରେ ଇସଲାମ, ଇହୁଦୀ ଧର୍ମ, ଖ୍ରୀଷ୍ଟିଆନ ଏବଂ ପାର୍ସୀ ଧର୍ମ ସହିତ ନିବିଡ଼ ସମ୍ପର୍କ ରହିଛି।
ଭାରତ ପକ୍ଷରୁ କାହାର ନାମ ନ ନେଇ କୁହାଯାଇଛି ଯେ, ବିଶ୍ୱ ମହାମାରୀ ସମୟରେ ମଧ୍ୟ ଅସହିଷ୍ଣୁତା, ହିଂସା ଏବଂ ଆତଙ୍କବାଦ ବୃଦ୍ଧି ପାଉଛି। ଆତଙ୍କବାଦ ଧର୍ମ ଏବଂ ସଂସ୍କୃତିର ବିରୋଧୀ। ଆତଙ୍କବାଦୀ କାର୍ଯ୍ୟକଳାପର ଅପରାଧୀ ଏବଂ ସେମାନଙ୍କୁ ସମର୍ଥନ କରୁଥିବା ବ୍ୟକ୍ତିଙ୍କୁ ନ୍ୟାୟ ଦେବା ପାଇଁ ଧର୍ମର ବ୍ୟବହାର କରାଯାଇପାରିବ ନାହିଁ।
ପାକିସ୍ତାନ ଜାଣିଶୁଣି ଭାରତ ବିରୋଧରେ ଅପପ୍ରଚାର କରୁଛି। ମାତ୍ର ପାକିସ୍ତାନ ନିଜ ମାଟିରେ ଏବଂ ସୀମାରେ ଏକ ହିଂସା ସଂସ୍କୃତିକୁ ପ୍ରସାର କରୁଥିବା ଭାରତ କହିଛି। ଶାନ୍ତି ସଂସ୍କୃତି ସମ୍ମିଳନୀରେ ଆଲୋଚନା କେବଳ ଏକ ଅମୃତ ମୂଲ୍ୟ ଅବା ସିଦ୍ଧାନ୍ତ ନୁହେଁ। ଏହାର ପ୍ରତିଫଳନ ସଦସ୍ୟ ରାଷ୍ଟ୍ରଙ୍କ ବିଶ୍ୱ ସମ୍ପର୍କରେ ମଧ୍ୟ ପରିପ୍ରକାଶ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri