‘ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ’

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଗତ ୫୦ବର୍ଷ ମଧ୍ୟରେ ଖାଦ୍ୟ ସୁରକ୍ଷା ଦିଗରେ ଭାରତ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଦିନେ ଖାଦ୍ୟ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଭାରତ ଆଜି ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ସହ ବିଶ୍ୱର ଅନ୍ୟ ଦେଶକୁ ରପ୍ତାନି ମଧ୍ୟ କରୁଛି। ଏଥିସହ ଅନୁକୂଳ ନୀତି, ବିଜ୍ଞାନ ଓ ପ୍ରଯୁକ୍ତିର ଉପଯୋଗ, ଉନ୍ନତ ଯୋଗାଣ ଓ ବଜାର ବ୍ୟବସ୍ଥା ଆଦି ଭାରତର ଖାଦ୍ୟ ସୁରକ୍ଷା ଦିଗରେ ସହାୟକ ହୋଇଛି। ଫଳରେ ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ ବୋଲି ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ତଥା ଭାରତ ମୁଖ୍ୟ ବିଶୋ ପାରାଜୁଲି କହିଛନ୍ତି।
ବୁଧବାର କିଟ୍‌ ବିଶ୍ୱବିଦ୍ୟାଳୟ ୧୮ତମ ପ୍ରତିଷ୍ଠା ଦିବସ ବକ୍ତୃତା ପ୍ରଦାନ କରି ପାରାଜୁଲି କହିଲେ, ଖାଦ୍ୟ ଉତ୍ପାଦନ ଏବଂ ଖାଦ୍ୟ ଉପଲବ୍ଧତା ସମାନ ନୁହେଁ। ଆଜି ମଧ୍ୟ ବିଶ୍ୱରେ କ୍ଷୁଧା ବଢ଼ି ଚାଲିଛି। ଆମେ ପ୍ରଚୁର ଖାଦ୍ୟ ଉତ୍ପାଦନ କରିବା ସତ୍ତ୍ବେ ବିଶ୍ୱର ପାଖାପାଖି ୮୧୧ ମିଲିଅନ ଲୋକ ପର୍ଯ୍ୟାପ୍ତ ଖାଦ୍ୟ ପାଇପାରୁ ନ ଥିବାବେଳେ ୨୭୦ ମିଲିୟନ ଲୋକ ଭୋକରେ ରହୁଛନ୍ତି। ତେଣୁ ସମସ୍ତଙ୍କ ନିକଟରେ ଖାଦ୍ୟ କିପରି ପହଞ୍ଚତ୍ବ ତାହା ଆମର ସର୍ବପ୍ରଥମ ଦାୟିତ୍ୱ ହେବା ଉଚିତ ବୋଲି ପାରାଜୁଲି କହିଥିଲେ। ଜଳବାୟୁ ପରିବର୍ତ୍ତନ ଉପରେ ମତ ରଖି ସେ କହିଲେ, ଖାଦ୍ୟ ଉତ୍ପାଦନ ବଢ଼ିବା ସହ ସ୍ଥାୟୀ କୃଷି ପ୍ରଣାଳୀ ପ୍ରମୁଖ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ବନ୍ୟା, ବାତ୍ୟା, ଦୁର୍ଭିକ୍ଷ, ସମୁଦ୍ରପତ୍ତନ ବୃଦ୍ଧି ଭଳି ପ୍ରାକୃତିକ ବିପତ୍ତି ବୃଦ୍ଧି ପାଉଛି। ବ୍ୟାପକ ଫସଲ ହାନି ହେଉଛି। ତେଣୁ କିଟ୍‌ ଓ କିସ୍‌ ଭଳି ଉତ୍କର୍ଷ ଉଚ୍ଚତର ଅନୁଷ୍ଠାନଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନେ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସ୍ଥାୟୀ କୃଷି ପ୍ରଣାଳୀ ଦିଗରେ ଶିକ୍ଷା ଓ ଗବେଷଣା କରିବା ଉଚିତ।
କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣରେ କହିଲେ, କିଟ୍‌ ଓ କିସ୍‌ ହେଉଛି ଦୁଇଟି ସାମାଜିକ ଦାୟିତ୍ୱବୋଧ ଉପରେ ପର୍ଯ୍ୟବସିତ ଅନୁଷ୍ଠାନ। ଏହି ଦୁଇ ଅନୁଷ୍ଠାନ ଅଧିକାଂଶ ସ୍ଥାୟୀ ବିକାଶ ଲକ୍ଷ୍ୟ ପୂରଣ ଦିଗରେ କାର୍ଯ୍ୟ କରିଆସୁଛନ୍ତି। କିଟ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ କହିଲେ, କିଟ୍‌ ବିଶ୍ୱବିଦ୍ୟାଳୟ ବିଶ୍ୱର ସମସ୍ତ ସଂସ୍କୃତିକୁ ଗୋଟିଏ ସ୍ଥାନରେ ଏକାଠି କରିବାର ପରିବେଶ ସୃଷ୍ଟି କରିପାରିଛି। ଏହା ୬୫ଟି ଦେଶର ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିପାରିଥିବାବେଳେ ପୁରାତନ ଛାତ୍ରୀଛାତ୍ର ୭୦ଟି ଦେଶରେ କାର୍ଯ୍ୟ କରୁଛନ୍ତି ବୋଲି କହିଥିଲେ। ଉପକୁଳପତି ପ୍ରଫେସର ଶରଣଜିତ ସିଂହ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଓ କିସ୍‌ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଏଥିରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ପକ୍ଷରୁ ଭାରତ ମୁଖ୍ୟ ପାରାଜୁଲି ଓ କିସ୍‌ ପକ୍ଷରୁ ପ୍ରତିଷ୍ଠାତା ଡ. ସାମନ୍ତ ବୁଝାମଣାପତ୍ରରେ ସ୍ବାକ୍ଷର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri