ଭାରତର ବୈଦେଶିକ ନୀତି ନିରପେକ୍ଷ

ମସ୍କୋ,୨୯ା୧୦(ପି.ଟି.): ଭାରତ ସହ ରୁଷିଆର ସମ୍ପର୍କ ସ୍ବତନ୍ତ୍ର। ଦୁଇଦେଶ ସବୁବେଳେ ପରସ୍ପରକୁ ସମର୍ଥନ କରିଆସିଛନ୍ତି ଏବଂ ଭବିଷ୍ୟତରେ ମଧ୍ୟ ଏହା ଜାରି ରହିବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ମସ୍କୋସ୍ଥିତ ଥିଙ୍କ୍‌ଟ୍ୟାଙ୍କ୍‌ ଭଲ୍‌ଡାଇ ଇଣ୍ଟରନ୍ୟାଶନାଲ ଡିସ୍‌କଶନ୍‌ କ୍ଲବ୍‌ର ବିସ୍ତୃତ ବୈଠକରେ ଗୁରୁବାର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପୁଟିନ୍‌ କହିଛନ୍ତି, ମୋଦି ନିଜ ଦେଶର ହିତ ଦୃଷ୍ଟିରୁ ଏକ ସ୍ବାଧୀନ ଓ ନିରପେକ୍ଷ ବହିର୍ବ୍ୟାପାର ନୀତି ଆପଣାଇଛନ୍ତି। ରୁଷିଆ ଓ ଭାରତ ମଧ୍ୟରେ ସାମରିକ ତଥା ବୈଷୟିକ ସହଯୋଗ ଜାରି ରହିବ। ଭାରତ ସହିତ ଆମର ବିଶେଷ ସମ୍ପର୍କ ରହିଛି, ଯାହାର ମୂଳଦୁଆ ଅନେକ ଦଶନ୍ଧି ତଳେ ପଡ଼ିଥିଲା। ଆମେ ସବୁବେଳେ ପରସ୍ପରକୁ ସମର୍ଥନ କରିଆସିଛୁ। ଭବିଷ୍ୟତରେ ମଧ୍ୟ ଏହା ଜାରି ରହିବ ବୋଲି ଆଶାବାଦୀ ଥିବା ପୁଟିନ୍‌ ପ୍ରକାଶ କରିଛନ୍ତି। ଉଜ୍‌ବେକିସ୍ତାନର ସମରକନ୍ଦରେ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀ ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ଯୁଦ୍ଧର ଯୁଗ ନୁହେଁ ବୋଲି ପୁଟିନ୍‌ଙ୍କୁ ଚେତାଇଦେବା ପରିପ୍ରେକ୍ଷୀରେ ତାଙ୍କର ଏହି ମନ୍ତବ୍ୟ ବିଶେଷ ତାତ୍ପର୍ଯ୍ୟପୂର୍ଣ୍ଣ। କାରଣ ଗତ ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ପରଠାରୁ ମସ୍କୋ ପଦକ୍ଷେପକୁ ନୂଆଦିଲ୍ଲୀ ଖୋଲାଖୋଲି ଭାବେ ନିନ୍ଦା କରିନାହିଁ। କୂଟନୀତି ଓ ଆଲୋଚନା ଜରିଆରେ ଏହି ସଙ୍କଟର ସମାଧାନ ଜରୁରୀ ବୋଲି ଭାରତ କହିଆସିଛି। ପ୍ରକାଶ ଯେ, ଭାରତକୁ ସାମରିକ ଉପକରଣ ଯୋଗାଣ କ୍ଷେତ୍ରରେ ରୁଷିଆ ହେଉଛି ଏକ ଅଗ୍ରଣୀ ଦେଶ। ୨୦୧୮ ଅକ୍ଟୋବରରେ ଭାରତ ରୁଷିଆ ସହ ୫ ବିଲିୟନ୍‌ ଡଲାରର ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର କରିଛି। ଏହି ରାଜିନାମା ଅଧୀନରେ ରୁଷିଆ ଭାରତକୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ୍‌ ସିଷ୍ଟମ ରପ୍ତାନି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri