Posted inଖେଳ

ସଇନିଙ୍କ ଯୋଗୁ ଭାରତୀୟ ଟିମ୍‌ରେ ନୂଆ ସମସ୍ୟା! ବାଧ୍ୟ ହୋଇ ନେଟ୍‌ ବୋଲର୍‌ଙ୍କୁ…

କଲମ୍ବୋ,୨୯।୭: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି-୨୦ରେ ପରାଜିତ ହୋଇଛି ଭାରତ। ଭାରତୀୟ ଦଳ ଏହି ମ୍ୟାଚ୍‌କୁ ଶେଷ ପର୍ଯ୍ୟନ୍ତ ନେବାରେ ସଫଳ ହୋଇଥିଲେ ହେଁ ହାର୍‌କୁ ଏଡାଇ ପାରି ନ ଥିଲା। ତେବେ କୋଭିଡ ସଂକ୍ରମିତ ହେବାର ଗୋଟିଏ ମାମଲା ଏହିଭଳି ଦଳକୁ ମହଙ୍ଗା ପଡ଼ିପାରେ ବୋଲି ଚର୍ଚ୍ଚା ହେଉଛି। କୋଚ୍‌ ରାହୁଲ ଦ୍ରାବିଡ ମଧ୍ୟ ତାଙ୍କର ଏକ ବିବୃତ୍ତିରେ ଏହା ସ୍ପଷ୍ଟ କରିଛନ୍ତି। ଏହାଛଡ଼ା ଦ୍ୱିତୀୟ ଟି-୨୦ରେ ପରାଜୟ ପରେ ଆଉ ଏକ ନୂଆ ସମସ୍ୟା ସୃଷ୍ଟି ହୋଇଛି।

ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆର କୋଚ୍‌ ଦ୍ରାବିଡଙ୍କୁ କିଏ ଫିଲ୍ଡିଂ କରିବାକୁ ଯାଉଛନ୍ତି ତାହା ପଚରାଯାଇଥିଲା। ଏଥିରେ ସେ ହସି ‘ଚୟନ ପାଇଁ ଆମର କେବଳ ୧୧ଜଣ ଖେଳାଳି ଥିଲେ। ସମସ୍ତେ ପଡ଼ିଆକୁ ଓହ୍ଲାଇବେ’ ବୋଲି ସେ କହିଥିଲେ। ଦେଖିବାକୁ ଗଲେ କ୍ରୁନାଲ ପାଣ୍ଡ୍ୟା କୋଭିଡ ପଜିଟିଭ୍‌ ହେବା ପରେ ୯ଜଣ ଖେଳାଳି କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏଣୁ ଚୟନ ପାଇଁ ୧୫ ଖେଳାଳି ବାକିଥିଲେ। ସେଥିରେ ମୁଖ୍ୟ ଟିମ୍‌ର ସମସ୍ତ ଚାରୋଟି ନେଟ୍‌ ବୋଲରଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲେ।

ଅପରପକ୍ଷେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ର ଓଭରରେ ମାତ୍ର କିଛି ମିନିଟ୍‌ ବାକିଥିବା ବେଳେ ନବଦୀପ ସଇନି କ୍ୟାଚ୍‌ ଧରିବାକୁ ପ୍ରୟାସ କରୁଥିବା ବେଳେ ଆହତ ହୋଇଥିଲେ। ଏହାପରେ ଫିଜିଓଙ୍କୁ ପଡ଼ିଆକୁ ଆସିବାକୁ ପଡ଼ିଥିଲା। ଏଭଳିସ୍ଥିତିରେ ଯଦି ଗୁରୁବାର ଖେଳାଯିବାକୁ ଥିବା ତୃତୀୟ ଟି୨୦ ମ୍ୟାଚ୍‌ ଖେଳାଯାଏ ତେବେ ଦଳ ପାଇଁ ବଡ ସମସ୍ୟା ଦେଖାଦେବ। ସାଇନି ଫିଲ୍ଡିଂ କରିବାକୁ ସକ୍ଷମ ନ ହେଲେ ଦଳକୁ ଜଣେ ନେଟ ବୋଲରଙ୍କୁ ସୁଯୋଗ ଦେବାକୁ ହେବ।

ଭାରତୀୟ ଦଳ ସହ ଯାଇଥିବା ନେଟ୍‌ ବୋଲରଙ୍କ ମଧ୍ୟରେ ଇଶାନ୍‌ ପୋରେଲ୍‌, ସନ୍ଦୀପ ଓ୍ବାରିଅର୍‌, ସିମରଜିତ ସିଂହ, ଆର୍‌ ସାଇ କିଶୋର ଅଛନ୍ତି। ଏମାନଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଅଭିଜ୍ଞତା ନାହିଁ। ତଥାପି ଆବଶ୍ୟକ ପଡ଼ିଲେ ଦଳ ଏମାନଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?