Posted inଖେଳ

‘ଇଣ୍ଡିଆଜ୍‌ ଗେମ୍‌’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ): ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍‌ ଗେମ୍‌-ଏ ଷ୍ଟୋରି ଅଫ୍‌ ଏ ଟିମ୍‌ ଦ୍ୟାଟ୍‌ ୟୁନାଇଟେଡ ଦି ନେଶନ’କୁ ଉଦ୍‌ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ସ୍ବର୍ଣ୍ଣ ପଦକ ବିଜୟ କିପରି ସମଗ୍ର ଭାରତକୁ ଏକତ୍ରିତ କରିଥିଲା ଏବଂ ଭାରତୀୟ ଖେଳର ଧାରା ପରିବର୍ତ୍ତନ କରିଥିଲା ତାହା ଏଥିରେ ସ୍ଥାନ ପାଇଛି। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ହକି ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଲୋକସେବା ଭବନର କନ୍‌ଭେନଶନ ସେଣ୍ଟରରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ହକି ପ୍ରତି ଅବଦାନ ରଖିଥିବା କିମ୍ବଦନ୍ତୀ ଖେଳାଳି ଏବଂ ଐତିହାସିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ”ସ୍ବାଧୀନତା ଦିବସ ଅବସରରେ ଆମେ ଏହି ପ୍ରାମାଣିକ ଚଳଚ୍ଚିତ୍ରକୁ ସ୍ବାଧୀନ ଭାରତର ସ୍ବପ୍ନ ଦେଖିଥିବା ସ୍ବାଧୀନତା ସଂଗ୍ରାମୀ ଏବଂ ଅଲିମ୍ପିକ୍ସ ହକିରେ ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଥିବା ସମସ୍ତ ଖେଳାଳିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରୁଛୁ“। ସ୍ବାଧୀନତା ସଂଗ୍ରାମରେ ଭାରତୀୟ ହକିର ଭୂମିକା ଉପରେ ନିର୍ମିତ ହୋଇଥିବା ଏହି ଚଳଚ୍ଚିତ୍ର ନିର୍ମାଣର ସ୍ଥୂଳ ଧାରଣା ପ୍ରକୃତରେ ଦେଇଥିଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ।

କିମ୍ବଦନ୍ତୀ ସ୍ବାଧୀନତା ସଂଗ୍ରାମୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାପା ବିଜୁ ପଟ୍ଟନାୟକଙ୍କ ଜୀବନୀରେ ସେ ଅନୁପ୍ରାଣିତ ହୋଇଥିଲେ। ସ୍ବାଧୀନତା ଆନ୍ଦୋଳନ ଅବସରରେ ବ୍ରିଟିଶ୍‌ ଓ ଜର୍ମାନୀ ପରି ଔପନିବେଶିକ ଶାସକ ଦଳ ବିପକ୍ଷରେ ଭାରତର ବିଜୟରେ ସ୍ବାଧୀନତା ସଂଗ୍ରାମୀମାନେ ପ୍ରେରିତ ହୋଇଥିଲେ। ୟୁକେର ଲେଭଲ ଫିଲ୍ମସ ଏହି ପ୍ରାମାଣିକ ଚଳଚ୍ଚିତ୍ରକୁ ପ୍ରସ୍ତୁତ କରିଛି। ଏଥିରେ ହିଟଲରଙ୍କ ଜର୍ମାନୀ, ଗ୍ରେଟ୍‌ ବ୍ରିଟେନ ଓ ପାକିସ୍ତାନ ବିପକ୍ଷରେ ବିଜୟ ସହ ଭାରତ କିପରି ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲା ତାହାକୁ ସ୍ଥାନିତ କରାଯାଇଛି। ଏହି ଐତିହାସିକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ ପାଇଁ ଓଡ଼ିଶା ସରକାର ଓ ହକି ଇଣ୍ଡିଆ ପକ୍ଷରୁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯାଇଥିଲା।
ଉକ୍ତ ସମାରୋହରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, କ୍ରୀଡ଼ା ଓ ଯୁବସେବା ସଚିବ ଆର୍‌. ଭିନିଲ କ୍ରିଷ୍ଣା ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। କିମ୍ବଦନ୍ତୀ ଖେଳାଳି ଗୁରବକ୍ସ ସିଂ, ହରବିନ୍ଦର ସିଂ ଏବଂ ବର୍ତ୍ତମାନ ଭାରତୀୟ ଦଳର ସଦସ୍ୟ ରାଣୀ ରାମପାଲ, ମନପ୍ରୀତ ସିଂ, ଅମିତ ରୋହିଦାସ ଏବଂ ରାଜ୍ୟର ଅନେକ ଅନ୍ତର୍ଜାତୀୟ ଖେଳାଳିଙ୍କ ସହ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ପୂର୍ବତନ ଓ ବର୍ତ୍ତମାନର କେତେକ ହକି ଖେଳାଳି ଏବଂ ଐତିହାସିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri