ପ୍ରଥମ ଥର ପାଇଁ ୪ ଟ୍ରିଲିୟନ୍ ଡଲାର ଅତିକ୍ରମ କଲା ଭାରତୀୟ ଅର୍ଥନୀତି, ଖୁବଶୀଘ୍ର ଜାପାନ ଏବଂ ଜର୍ମାନୀକୁ ପକାଇବ ପଛରେ

ନୂଆଦିଲ୍ଲୀ,୧୯ା୧୧: ଭାରତର ଅର୍ଥନୀତିର ଆକାର ପ୍ରଥମ ଥର ପାଇଁ ୪ ଟ୍ରିଲିୟନ ଡଲାର ଅତିକ୍ରମ କରିଛି। ଏହା ସହ ଭାରତ ବର୍ତ୍ତମାନ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ହେବାକୁ ଅତି ନିକଟତର ହୋଇଛି। ୫ ଟ୍ରିଲିୟନ ଡଲାର ଅର୍ଥନୀତି ହେବାର ଲକ୍ଷ୍ୟ ହାସଲ କରିବା ଦିଗରେ ଏହା ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି।

ଜିଡିପି ଲାଇଭ ତଥ୍ୟ ଅନୁଯାୟୀ ୧୮ ନଭେମ୍ବରରେ ବିଳମ୍ବିତ ରାତିରେ ଭାରତ ଏହି ମାଇଲଖୁଣ୍ଟ ହାସଲ କରିଛି। ନଭେମ୍ବର ୧୮, ୨୦୨୩ ରେ, ରାତି ପ୍ରାୟ ୧୦:୩୦ ସମୟରେ, ଭାରତର ଜିଡିପି ଆକାର ପ୍ରଥମ ଥର ପାଇଁ ୪ ଟ୍ରିଲିୟନ ଡଲାର ଅତିକ୍ରମ କରିଥିଲା। ବର୍ତ୍ତମାନ ଏହା ସହିତ ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ହେବାକୁ ଅତି ନିକଟତର ହୋଇଛି। ଚତୁର୍ଥ ମାନ୍ୟତା ଜର୍ମାନୀ ଏବଂ ଭାରତର ଜିଡିପି ମଧ୍ୟରେ ପାର୍ଥକ୍ୟ ବର୍ତ୍ତମାନ ବହୁତ କମ୍ ରହିଛି।

ବର୍ତ୍ତମାନ ଆମେରିକା ହେଉଛି ବିଶ୍ୱର ସବୁଠୁ ବଡ ଅର୍ଥନୀତି। ଆମେରିକାର ଅର୍ଥନୀତିର ବର୍ତ୍ତମାନର ଆକାର ହେଉଛି ୨୬.୭ ଟ୍ରିଲିୟନ ଡଲାର। ଏହା ପରେ ୧୯.୨୪ ଟ୍ରିଲିୟନ ଡଲାର ଅର୍ଥନୀତି ସହିତ ପଡୋଶୀ ଦେଶ ଚୀନ୍ ଦ୍ୱିତୀୟ ସ୍ଥାନରେ ରହିଛି। ଜିଡିପି ୪.୩୯ ଟ୍ରିଲିୟନ ଡଲାର ସହିତ ଜାପାନ ତୃତୀୟ ସ୍ଥାନରେ ଥିବାବେଳେ ଜିଡିପି ୪.୨୮ ଟ୍ରିଲିୟନ ଡଲାର ସହିତ ଚତୁର୍ଥ ସ୍ଥାନରେ ରହିଛି।

ଦେଶକୁ ୫ ଟ୍ରିଲିୟନ ଡଲାର ଅର୍ଥନୀତି କରିବାକୁ ଭାରତ ସରକାର ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ସରକାରଙ୍କ ଲକ୍ଷ୍ୟ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିକଟରେ କହିଥିଲେ ଯେ ୨୦୨୭ ସୁଦ୍ଧା ଭାରତ କେବଳ ଜାପାନ ଏବଂ ଜର୍ମାନୀକୁ ପଛରେ ପକାଇ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ ନାହିଁ, ବରଂ ଭାରତର ଜିଡିପିର ଆକାର ୫ ଟ୍ରିଲିୟନ ଡଲାରରୁ ଅଧିକ ହେବ। ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ମଧ୍ୟ ଏହିପରି ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?