ଭାରତର ଜିଡିପି ଅଭିବୃଦ୍ଧି ୭.୨କୁ ହ୍ରାସ

ନୂଆଦିଲ୍ଲୀ,୧ା୬: ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୨୦୨୨-୨୩ ବର୍ଷରେ ୭.୨%କୁ ହ୍ରାସ ପାଇଛି। ପୂର୍ବବର୍ଷ ଅର୍ଥାତ୍‌ ୨୦୨୧-୨୨ରେ ଜିଡିପି ଅଭିବୃଦ୍ଧି ୯.୧% ଥିଲା। ୨୦୨୨-୨୩ର ଶେଷ ତ୍ରୈମାସିକ ଅର୍ଥାତ୍‌ ଜାନୁୟାରୀ-ମାର୍ଚ୍ଚରେ ଦେଶର ଅର୍ଥନୀତି ୬.୧% ହାରରେ ବୃଦ୍ଧି ପାଇଛି। ଏହା ତୃତୀୟ ତ୍ରୈମାସିକ (ଅକ୍ଟୋବରରୁ ଡିସେମ୍ବର)ରେ ୪.୫% ଏବଂ ଦ୍ୱିତୀୟ ତ୍ରୈମାସିକ (ଜୁଲାଇରୁ ସେପ୍ଟେମ୍ବର)ରେ ୬.୨% ଥିଲା। ତେବେ ୨୦୨୩ ପ୍ରଥମ ୩ ମାସରେ ଚାଇନାର ଜିଡିପି ଅଭିବୃଦ୍ଧି ହାର ୪.୫% ରହିଛି। କୃଷି, ଉତ୍ପାଦନ, ଖଣି ଏବଂ ନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଯୋଗୁ ୨୦୨୨-୨୩ରେ ଭାରତର ଅର୍ଥନୀତି ୭.୨% ହାରରେ ବୃଦ୍ଧି ପାଇଛି। ଏହା ପୂର୍ବବର୍ଷ ତୁଳନାରେ ହ୍ରାସ ପାଇଥିଲେ ମଧ୍ୟ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ)ର ଆକଳନଠାରୁ ଅଧିକ ବୋଲି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ବୁଧବାର ଜାରି ହୋଇଥିବା ତଥ୍ୟରୁ ଜଣାପଡ଼ିଛି। ଆର୍‌ବିଆଇ ଏବଂ ଏନ୍‌ଏସ୍‌ଓ ପକ୍ଷରୁ ୨୦୨୨-୨୩ରେ ଦେଶର ଜିଡିପି ଅଭିବୃଦ୍ଧି ୭% ରହିବ ବୋଲି ପୂର୍ବାନୁମାନ କରାଯାଇଥିଲା। ଏନ୍‌ଏସ୍‌ଓ ତଥ୍ୟ ଅନୁଯାୟୀ, ବାସ୍ତବ ଜିଡିପି ମୂଲ୍ୟ ୨୦୨୨-୨୩ରେ ୧୬୦.୦୬ ଲକ୍ଷ କୋଟି ଟଙ୍କା ଛୁଇଁବା ନେଇ ଅନୁମାନ କରାଯାଇଛି। ୨୦୨୧-୨୨ରେ ଏହା ୧୪୯.୨୬ ଲକ୍ଷ କୋଟି ଟଙ୍କା ରହିବା ଆକଳନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଶ୍ୱର ବୃହତ୍‌ ଅର୍ଥନୀତିଗୁଡ଼ିକ ଦୁର୍ବଳ ଅବସ୍ଥାରେ ପହଞ୍ଚତ୍ଥିବାବେଳେ ଭାରତୀୟ ଅର୍ଥନୀତି ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ସକ୍ଷମ ବୋଲି ମୋଦି କହିଛନ୍ତିି।

 


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri