Posted inଜାତୀୟ

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଶ୍ୱ ପରିବେଶ ଦିବସ ଅବସରରେ ଏକ ଭିଡ଼ିଓ କନଫରେନ୍ସିଂ ଉତ୍ସବରେ ଯୋଗଦେଇ ଏଭଳି କହିଛନ୍ତି। ପରିବେଶ ସୁରକ୍ଷା ଏବଂ ସଂରକ୍ଷଣ କ୍ଷେତ୍ରରେ ଭାରତ ପୃଥିବୀ ସମ୍ମୁଖରେ ଉଦାହରଣ ସୃଷ୍ଟି କରିଛି। ଦେଶରେ ବିକାଶ କାର୍ଯ୍ୟ ସହିତ ପରିବେଶ ସୁରକ୍ଷାକୁ ମଧ୍ୟ ଗୁରୁତ୍ୱ ପ୍ରଦାନ କରାଯାଉଛି। ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ । ଦେଶରେ ଅର୍ଥବ୍ୟବସ୍ଥା ଏବଂ ପରିବେଶ ଉପଯୋଗୀ କାର୍ଯ୍ୟକ୍ରମ ସମତାଳରେ ଆଗେଇ ଚାଲିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ବିଶ୍ୱସ୍ତରରେ ସୃଷ୍ଟି ହୋଇଥିବା ଜଳବାୟୁ ସଙ୍କଟର ସମାଧାନ କ୍ଷେତ୍ରରେ ଭାରତ ଏକ ଆଶାର କିରଣ ପାଲଟିଛି। ଏହା ସହିତ ବିଶ୍ୱସ୍ତରରେ ମାନବ କଲ୍ୟାଣ ଲାଗି ଏକ ବିଶ୍ୱାସନୀୟ ବନ୍ଧୁଭାବେ ଉଭା ହୋଇଛି ବୋଲି ସେ କହିଛନ୍ତି। ଏକ ସୂର୍ଯ୍ୟ, ଏକ ପୃଥିବୀ ଏକ ଗ୍ରୀଡ୍‌କୁ ସାକାର ରୂପ ଦେଉଥିବା ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକ ସହିତ ଭାରତ ସାମିଲ ହୋଇ ଆଗେଇ ଚାଲିଛି। ଫଳରେ ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କରେ ପୃଥିବୀର ଶୀର୍ଷ ୧୦ ଦେଶ ମଧ୍ୟରେ ଭାରତ ରହିଛି। ପରିବେଶ ସୁରକ୍ଷା ଅପରିହାର୍ଯ୍ୟ। ତେବେ ଏହାଦ୍ୱାରା ବିକାଶ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନ ହୁଏ ସେଥିପ୍ରତି ଦୃଷ୍ଟି ଦେଇ ଭାରତ ଉପଯୋଗେୀ ପଦକ୍ଷେପ ଗ୍ରହଣ କରି ଅନ୍ତର୍ଜାତୀୟସ୍ତରର ସ୍ବତନ୍ତ୍ର ପରିଚିତି ହାସଲ କରି ପାରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri