Posted inଜାତୀୟ

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ଭାରତର ଲକ୍ଷ୍ୟ: ମୋଦି

ନୂଆଦିଲ୍ଲୀ,୨୨।୨: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ଲକ୍ଷ୍ୟ ନେଇ ଭାରତ ନିରନ୍ତର ଉଦ୍ୟମ ଜାରି ରଖିଛି। ପୃଥିବୀରେ ପ୍ରତିରକ୍ଷା ସାମଗ୍ରୀ ଆମଦାନୀ କ୍ଷେତ୍ରରେ ଭାରତ ଆଗରେ ରହିଛି। ତେବେ ଏବେ ଦେଶ ସ୍ବଦେଶୀ ଜ୍ଞାନକୌଶଳର ଉପଯୋଗ କରିବା ଉପରେ ଗୁରୁତ୍ୱାରୋପ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଭିଡ଼ିଓ କନଫରେନ୍ସିଂରେ ଯୋଗାଦେଇ ସୂଚନା ଦେଇଛନ୍ତି। ବଜେଟରେ ପ୍ରତିରକ୍ଷା କ୍ଷେତ୍ର ପାଇଁ ଆବଣ୍ଟିତ କରାଯାଇଥିବା ଅର୍ଥର ପ୍ରଭାବଶାଳୀ କାର୍ଯ୍ୟକାରିତା ସମ୍ପର୍କିତ ଆଲୋଚନା ଚକ୍ରରେ ମୋଦି ଏଭଳି କହିଛନ୍ତି। ଭାରତ ସ୍ବଦେଶୀ ଜ୍ଞାନକୌଶଳରେ ତେଜସ୍‌ ଯୁଦ୍ଧ ବିମାନ ନିର୍ମାଣ କରି ନିଜର କ୍ଷମତାକୁ ପ୍ରତିପାଦିତ କରି ପାରିଛି। ଦେଶ ସ୍ବାଧୀନ ହେବାପରେପ୍ରଥମ ଥର ଲାଗି ପ୍ରତିରକ୍ଷା କ୍ଷେତ୍ରରେ ପ୍ରାଇଭେଟ ସେକ୍ଟରକୁ ଅନ୍ତର୍ଭୁକ୍ତ କରାଯାଇଛି। ପ୍ରଥମ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଭାରତ ସାମରିକ ଅସ୍ତ୍ରଶସ୍ତ୍ର ଗୋଳାବାରୁଦ ଯୋଗାଇବାରେ ଖ୍ୟାତି ହାସଲ କରିଥିଲା। ମାତ୍ର ସ୍ବାଧୀନତା ପରେ ଏହି କ୍ଷେତ୍ରକୁ ସଶକ୍ତ କରାଯାଇ ପାରି ନ ଥିଲା। ଏବେ ଏନେଇ ଯୋଜନାବଦ୍ଧ ଭାବେ କାର୍ଯ୍ୟଧାରା ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ସରକାର ଆମଦାନୀ କରାଯାଉଥିବା ୧୦୦ଟି ସରଞ୍ଜାମର ତାଲିକା ପ୍ରସ୍ତୁତ କରିଛନ୍ତି। ଏସବୁ ସରଞ୍ଜାମକୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମାଣ ପାଇଁ ଉଦ୍ୟମ ଅବ୍ୟାହତ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri