ଏସିଆନ ଦେଶରେ ବୃଦ୍ଧି ପାଉଛି ଭାରତର ପ୍ରଭାବ: ଚିନ୍ତାରେ ଚାଇନା…

ସିଙ୍ଗାପୁର,୨।୪ : ବର୍ତ୍ତମାନ ଏସିଆନ ଦେଶମାନଙ୍କ ମଧ୍ୟରେ ଭାରତର ପ୍ରଭାବ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସିଙ୍ଗାପୁରର ୟୁସୁଫ ଇଶାକ ଇନଷ୍ଟିଚ୍ୟୁଟର ଏକ ସର୍ଭେ ଏଜେନ୍ସି ଆଇଏସଇଏସଏ ନିକଟରେ ଏସିଆନ ଦେଶଗୁଡିକରେ ଏକ ସର୍ଭେ କରିଥିଲା। ଏଥିରେ ଚାଇନା ବଦଳରେ ଭାରତ ସହ  ଥିବା ଦେଶଗୁଡ଼ିକର  ଲୋକଙ୍କ ସଂଖ୍ୟାରେ ଏକ ବଡ଼ ବୃଦ୍ଧି ଘଟିଛି।

ୟୁରେସିଆନ ଟାଇମ୍ସ ରିପୋର୍ଟ ଅନୁଯାୟୀ, ଚାଇନ ଉପରେ ଅସନ୍ତୋଷ ପଛରେ ଆମେରିକା ସହ ବଢୁଥିବା ତିକ୍ତତା ଏକ ପ୍ରମୁଖ କାରଣ। ଗତ ବର୍ଷ ତୁଳନାରେ ଏସିଆନ ଦେଶଗୁଡିକରେ ଭାରତର ସ୍ବୀକୃତି ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ଗତ ବର୍ଷ ପର୍ଯ୍ୟନ୍ତ, ଏହି ଦେଶଗୁଡ଼ିକରେ ଭାରତର ଅନୁମୋଦନ ମୂଲ୍ୟାୟନ ୫.୧ ପ୍ରତିଶତ ଥିଲା, ଯାହା ବର୍ତ୍ତମାନ ୧୧.୩କୁ ବୃଦ୍ଧି ପାଇଛି।

ଅଷ୍ଟ୍ରେଲିଆ, ବ୍ରିଟେନ ଏବଂ ଦକ୍ଷିଣ କୋରିଆ ପରେ ୬ଟି ଦେଶ ତାଲିକାରେ ଭାରତ ତୃତୀୟ ସ୍ଥାନରେ ରହିଛି। ରୁଷିଆ ସହିତ ଭାରତ ନିରପେକ୍ଷ ସମ୍ପର୍କ ବଜାୟ ରଖିବା ପରେ ଭାରତ ଏହି ମୂଲ୍ୟାୟନ ପାଇଛି। ସର୍ବେକ୍ଷଣରୁ ଜଣାପଡିଛି ଯେ ଏସିଆନରେ ଚାଇନାର ଲୋକପ୍ରିୟତା ହ୍ରାସ ପାଇଛି। ଫଳରେ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ୨୦୨୨ ମସିହାରେ, ଏହି ଦେଶଗୁଡିକର ୭୬.୭ ପ୍ରତିଶତ ଲୋକ ଦକ୍ଷିଣ ପୂର୍ବ ଏସିଆରେ ଚାଇନାକୁ ସବୁଠାରୁ ପ୍ରଭାବଶାଳୀ ଅର୍ଥନୈତିକ ଶକ୍ତି ଭାବରେ ବିବେଚନା କରୁଥିବାବେଳେ ୨୦୨୩ ମସିହାରେ ଏହିପରି ଲୋକଙ୍କ ସଂଖ୍ୟା ୫୯.୫ ପ୍ରତିଶତକୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri