Posted inଖେଳ

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର ମାତ୍ର କିଛି ସମୟ ପରେ ହର୍ଷ ସିଂହ ମଧ୍ୟ ଭାରତ ପାଇଁ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତି ଦେଶର ଗୌରବ ବଢ଼ାଇଛନ୍ତି।

ଫାଇନାଲ ମୁକାବିଲାରେ ହର୍ଷ ସିଂହ ଅଷ୍ଟ୍ରେଲିଆର ଜୋଶୁଆ କ୍ୟାଟ୍ଜଙ୍କୁ ୧୦-୦ ବ୍ୟବଧାନରେ ପରାସ୍ତ କରି ଚାମ୍ପିଅନ୍ ହୋଇଛନ୍ତି।

କମନୱେଲଥ୍ ଗେମ୍ସ ଇତିହାସରେ ଜୁଡୋରେ ଭାରତର ଏହା ମାତ୍ର ଦ୍ୱିତୀୟ ସ୍ୱର୍ଣ୍ଣ ପଦକ। ବିଶେଷ କଥା ହେଉଛି, ଭାରତର ଏହି ଦୁଇଟି ସ୍ୱର୍ଣ୍ଣ ପଦକ ମାତ୍ର ୨୦ ମିନିଟ୍ ବ୍ୟବଧାନରେ ଆସିଛି, ଯାହା ଭାରତୀୟ ଜୁଡୋ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ସୃଷ୍ଟି କରିଛି।

କହିରଖୁଛୁ, ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ୪୮ କିଗ୍ରା ବର୍ଗରେ ଦେଶ ପାଇଁ ପ୍ରଥମ  ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲ ମୁକାବିଲାରେ ସେ କାନାଡ଼ାର ଖେଳାଳିଙ୍କୁ ପରାସ୍ତ କରିଛନ୍ତି। କମନୱେଲ୍ଡ ଗେମ୍ସର ଜୁଡୋ ଇତିହାସରେ ଭାରତକୁ ପ୍ରଥମ ଥର ପାଇଁ ସ୍ୱର୍ଣ୍ଣ ପଦକ ମିଳିଥିବାରୁ ଏହା ଦେଶ ପାଇଁ ଏକ ବଡ଼ ଗର୍ବର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?