ପରମାଣୁ କ୍ଷମତା ବୃଦ୍ଧି କରିବ ଭାରତ: ଓଡ଼ିଶା ସମେତ ୩୦ଟି ସ୍ଥାନରେ ହେବ ନୂତନ ପ୍ରକଳ୍ପ

ନୂଆଦିଲ୍ଲୀ,୮ା୧: ଓଡ଼ିଶାରେ ସ୍ଥାପନା ହେବ ପରମାଣୁ ଶକ୍ତି କେନ୍ଦ୍ର। ଭାରତର ସବୁଠାରୁ ବଡ଼ ସରକାରୀ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥା ଏନଟିପିସି ଦେଶରେ ପରମାଣୁ ଶକ୍ତି କ୍ଷମତା ବୃଦ୍ଧି କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛି। ଦେଶରେ ସ୍ୱଚ୍ଛ ଶକ୍ତିର ବ୍ୟବହାର ବଢ଼ାଇବା ଲକ୍ଷ୍ୟରେ ସଂସ୍ଥା ପକ୍ଷରୁ ଓଡ଼ିଶା ସମେତ ୫ ରୁ ୬ଟି ରାଜ୍ୟରେ ପ୍ରାୟ ୩୦ଟି ସମ୍ଭାବ୍ୟ ସ୍ଥାନକୁ ଚିହ୍ନଟ କରାଯାଇ ସେଠାରେ ଅନୁଧ୍ୟାନ କରାଯାଉଛି।

ଏହି ଯୋଜନାରେ ଓଡ଼ିଶା, ଗୁଜରାଟ ଏବଂ ମଧ୍ୟପ୍ରଦେଶ ଭଳି ରାଜ୍ୟଗୁଡ଼ିକୁ ସାମିଲ କରାଯାଇଛି। ସ୍ଥାନୀୟ ବିରୋଧ ଆଶଙ୍କାରେ ପ୍ରକଳ୍ପର ନିର୍ଦ୍ଦିଷ୍ଟ ସ୍ଥାନ ବର୍ତ୍ତମାନ ଗୋପନ ରଖାଯାଇଛି। ୨୦୪୭ ସୁଦ୍ଧା ଭାରତର ୧୦୦ ଗିଗାୱାଟ୍ (GW) ପରମାଣୁ ଶକ୍ତି ଉତ୍ପାଦନ ଲକ୍ଷ୍ୟରେ ଏନଟିପିସି ଏକାକୀ ୩୦ ପ୍ରତିଶତ ଅଂଶ ଗ୍ରହଣ କରିବାକୁ ଲକ୍ଷ୍ୟ ରଖିଛି। ଚଳିତ ବର୍ଷ ମଧ୍ୟଭାଗ ସୁଦ୍ଧା ସ୍ଥାନ ଚୟନ ଚୂଡ଼ାନ୍ତ ହେବାର ସମ୍ଭାବନା ରହିଛି।

ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଏନଟିପିସି ରୁଷିଆର ‘ରୋସାଟମ୍’ ଏବଂ ଫ୍ରାନ୍ସର ‘ଇଡିଏଫ୍’ ଭଳି ବିଶ୍ୱସ୍ତରୀୟ କମ୍ପାନୀ ସହ ବୈଷୟିକ ଆଲୋଚନା ଜାରି ରଖିଛି। ଆମେରିକା ଓ ଦକ୍ଷିଣ କୋରିଆର ସଂସ୍ଥା ସହ ମଧ୍ୟ ଯୋଗାଯୋଗ କରାଯାଇପାରେ। ନୂତନ ପରମାଣୁ କେନ୍ଦ୍ରଗୁଡ଼ିକ ଜନବସତିଠାରୁ ଅତିକମରେ ୧ କିଲୋମିଟର ଦୂରରେ, କମ୍ ଭୂକମ୍ପ ପ୍ରବଣ ଅଞ୍ଚଳ ଏବଂ ଜଳଉତ୍ସ ନିକଟରେ ନିର୍ମାଣ ହେବ।

ନିକଟରେ କେନ୍ଦ୍ର ସରକାର ପରମାଣୁ ନିୟମରେ ପରିବର୍ତ୍ତନ କରି ବିଦେଶୀ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ପାଇଁ ପଥ ପରିସ୍କାର କରିଛନ୍ତି। ବର୍ତ୍ତମାନ ଏନଟିପିସିର ୮୪% ବିଦ୍ୟୁତ୍ କୋଇଲା ଓ ଗ୍ୟାସ୍‌ରୁ ଉତ୍ପାଦନ ହେଉଥିବା ବେଳେ, ଏହି ନୂତନ ପରମାଣୁ ପ୍ରକଳ୍ପ ସଂସ୍ଥାକୁ ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ଏକ ନୂଆ ପରିଚୟ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri