‘୫ବର୍ଷରେ ଦ୍ୱିଗୁଣିତ ହେବ ଭାରତର ପେଟ୍ରୋଲିୟମ ବିଶୋଧନ କ୍ଷମତା’

ନୂଆଦିଲ୍ଲୀ,୨୨।୧୧: ଆଗାମୀ ୫ ବର୍ଷ ମଧ୍ୟରେ ଭାରତର ପେଟ୍ରୋଲିୟମ ବିଶୋଧନ କ୍ଷମତା ଦ୍ୱିଗୁଣିତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି। ଶନିବାର ମୋଦି ଏ ସମ୍ପର୍କରେ ଏକ ବିସ୍ତୃତ ମନ୍ତବ୍ୟ ଦେଇ କହିଥିଲେ, ପୂର୍ବରୁ ଜୁନ୍‌ ମାସରେ ଆଗାମୀ ୧୦ ବର୍ଷ ମଧ୍ୟରେ ଦେଶରେ ତୈଳ ବିଶୋଧନ ଲକ୍ଷ୍ୟ ୪୫୦ ରୁ ୫୦୦ ମିଲିୟନ ଟନ ରହିଥିବା ବିଷୟରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଥିଲେ। ତେବେ ଆଗାମୀ ୫ବର୍ଷ ମଧ୍ୟରେ ଭାରତ ଏହି ଲକ୍ଷ୍ୟ ହାସଲ କରିବ ବୋଲି ପ୍ରଧାନମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। କରୋନା ମହାମାରୀ କାରଣରୁ ଦୁର୍ବଳ ହୋଇ ପଡିଥିବା ଦେଶର ଅର୍ଥନୈତିକ ବ୍ୟବସ୍ଥା ଏହାଦ୍ୱାରା ପୁଣି ଥରେ ଊର୍ଦ୍ଧ୍ୱଗାମୀ ହୋଇ ମୁଣ୍ଡ ଟେକିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶର ତୈଳ ବିଶୋଧନ କ୍ଷମତା ବୃଦ୍ଧି କରିବା ପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମି ପ୍ରସ୍ତୁତ ହୋଇ ସାରିଛି। ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ତୈଳ ବିଶୋଧନ କ୍ଷମତା ଦ୍ୱିଗୁଣିତ ହେବ ବୋଲି ପେଟ୍ରୋଲିୟମ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗଦେଇ ମୋଦି ଏହା ପ୍ରକାଶ କରିଛନ୍ତି। ସେହିପରି ଦେଶରେ ପ୍ରାକୃତିକ ଗ୍ୟାସ୍‌ର ବ୍ୟବହାରକୁ ୪ ଗୁଣ ବୃଦ୍ଧି କରାଯିବ ବୋଲି ମୋଦି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଦେଶରେ ବର୍ତ୍ତମାନ ସ୍ବଚ୍ଛ ଇନ୍ଧନର ବ୍ୟବହାର ପ୍ରାୟ ୬ % ରହିଛି। ୨୦୧୮ ସୁଦ୍ଧା ଦେଶରେ ଅକ୍ଷୟ ଶକ୍ତିର ବ୍ୟବହାର ୭୫ ଜିଗାୱାଟ୍‌ ରହିଥିଲା। ଏହି ଅକ୍ଷୟ ଶକ୍ତିର ବ୍ୟବହାର ୨୦୨୨ ସୁଦ୍ଧା ୧୭୫ ଜିଗାୱାଟ୍‌ ଏବଂ ୨୦୩୦ ସୁଦ୍ଧା ଏହାକୁ ୪୫୦ ଜିଗାୱାଟ୍‌କୁ ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri