‘୫ବର୍ଷରେ ଦ୍ୱିଗୁଣିତ ହେବ ଭାରତର ପେଟ୍ରୋଲିୟମ ବିଶୋଧନ କ୍ଷମତା’

ନୂଆଦିଲ୍ଲୀ,୨୨।୧୧: ଆଗାମୀ ୫ ବର୍ଷ ମଧ୍ୟରେ ଭାରତର ପେଟ୍ରୋଲିୟମ ବିଶୋଧନ କ୍ଷମତା ଦ୍ୱିଗୁଣିତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି। ଶନିବାର ମୋଦି ଏ ସମ୍ପର୍କରେ ଏକ ବିସ୍ତୃତ ମନ୍ତବ୍ୟ ଦେଇ କହିଥିଲେ, ପୂର୍ବରୁ ଜୁନ୍‌ ମାସରେ ଆଗାମୀ ୧୦ ବର୍ଷ ମଧ୍ୟରେ ଦେଶରେ ତୈଳ ବିଶୋଧନ ଲକ୍ଷ୍ୟ ୪୫୦ ରୁ ୫୦୦ ମିଲିୟନ ଟନ ରହିଥିବା ବିଷୟରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଥିଲେ। ତେବେ ଆଗାମୀ ୫ବର୍ଷ ମଧ୍ୟରେ ଭାରତ ଏହି ଲକ୍ଷ୍ୟ ହାସଲ କରିବ ବୋଲି ପ୍ରଧାନମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। କରୋନା ମହାମାରୀ କାରଣରୁ ଦୁର୍ବଳ ହୋଇ ପଡିଥିବା ଦେଶର ଅର୍ଥନୈତିକ ବ୍ୟବସ୍ଥା ଏହାଦ୍ୱାରା ପୁଣି ଥରେ ଊର୍ଦ୍ଧ୍ୱଗାମୀ ହୋଇ ମୁଣ୍ଡ ଟେକିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶର ତୈଳ ବିଶୋଧନ କ୍ଷମତା ବୃଦ୍ଧି କରିବା ପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମି ପ୍ରସ୍ତୁତ ହୋଇ ସାରିଛି। ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ତୈଳ ବିଶୋଧନ କ୍ଷମତା ଦ୍ୱିଗୁଣିତ ହେବ ବୋଲି ପେଟ୍ରୋଲିୟମ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗଦେଇ ମୋଦି ଏହା ପ୍ରକାଶ କରିଛନ୍ତି। ସେହିପରି ଦେଶରେ ପ୍ରାକୃତିକ ଗ୍ୟାସ୍‌ର ବ୍ୟବହାରକୁ ୪ ଗୁଣ ବୃଦ୍ଧି କରାଯିବ ବୋଲି ମୋଦି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଦେଶରେ ବର୍ତ୍ତମାନ ସ୍ବଚ୍ଛ ଇନ୍ଧନର ବ୍ୟବହାର ପ୍ରାୟ ୬ % ରହିଛି। ୨୦୧୮ ସୁଦ୍ଧା ଦେଶରେ ଅକ୍ଷୟ ଶକ୍ତିର ବ୍ୟବହାର ୭୫ ଜିଗାୱାଟ୍‌ ରହିଥିଲା। ଏହି ଅକ୍ଷୟ ଶକ୍ତିର ବ୍ୟବହାର ୨୦୨୨ ସୁଦ୍ଧା ୧୭୫ ଜିଗାୱାଟ୍‌ ଏବଂ ୨୦୩୦ ସୁଦ୍ଧା ଏହାକୁ ୪୫୦ ଜିଗାୱାଟ୍‌କୁ ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?