Posted inଜାତୀୟ

୧୦ଲକ୍ଷରୁ ଉର୍ଦ୍ଧ୍ୱ ଆଶାକର୍ମୀ ସମ୍ମାନିତ

ନୂଆଦିଲ୍ଲୀ,୨୩।୫: ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ସହ ସମ୍ପର୍କରେ ରହିଥିବା ଭାରତର ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଆଶାକର୍ମୀଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ ହେଲ୍‌ଥ ଲିଡର୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ୭୫ତମ ବିଶ୍ୱ ସ୍ବାସ୍ଥ୍ୟ ସଭା ଅବସରରେ ଆଶା କର୍ମୀଙ୍କ ସମେତ ୬ଟି ସଂସ୍ଥାକୁ ଏହି ପୁରସ୍କାର ମିଳିଛି। ଆଶାକର୍ମୀମାନେ ତାଲିମପ୍ରାପ୍ତ ମହିଳା ସ୍ବେଚ୍ଛାସେବୀ, ଯେଉଁମାନେ ସ୍ବାସ୍ଥ୍ୟସେବାକୁ ସାରା ଦେଶର ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଖରେ ପହଞ୍ଚାଇପାରିଛନ୍ତି। ସେମାନେ ମାତୃଯତ୍ନ ସେବା ଯୋଗାଇବା ସମେତ ଶିଶୁମାନଙ୍କ ଟିକାକରଣ, ଗୋଷ୍ଠୀ ସ୍ବାସ୍ଥ୍ୟସେବା, ଉଚ୍ଚ ରକ୍ତଚାପ, ଯକ୍ଷ୍ମା ଚିକିତ୍ସା, ପୋଷଣତତ୍ତ୍ୱ ସେବା, ପରିମଳ ଓ ସୁସ୍ଥ ଜୀବନଯାପନ ଲାଗି କାର୍ଯ୍ୟ କରିଥାନ୍ତି। ଦେଶର ପ୍ରାଥମିକ ସ୍ବାସ୍ଥ୍ୟସେବା ବ୍ୟବସ୍ଥାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। କୋଭିଡ୍‌ ମହାମାରୀ ବେଳେ ମଧ୍ୟ ସେମାନେ କୋଟି କୋଟି ଲୋକଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଥିଲେ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ସମ୍ପୂର୍ଣ୍ଣ ଆଶାକର୍ମୀ ଟିମ୍‌ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକଙ୍କ ଗ୍ଲୋବାଲ ହେଲ୍‌ଥ ଲିଡର୍ସ ଆଓ୍ବାର୍ଡ ପାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ବ୍ୟକ୍ତ କରିଛନ୍ତି। ସେ ଟୁଇଟ୍‌ ଯୋଗେ ଆଶାକର୍ମୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୁସ୍ଥ ଭାରତ ଗଢ଼ିବାରେ ସେମାନଙ୍କ ଭୂମିକା ଆଗରେ ରହିଥିବା ମୋଦି କହିଛନ୍ତି। ସେହିପରି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ମଧ୍ୟ ସମସ୍ତ ଆଶାକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri