Posted inଜାତୀୟ

୧୦ଲକ୍ଷରୁ ଉର୍ଦ୍ଧ୍ୱ ଆଶାକର୍ମୀ ସମ୍ମାନିତ

ନୂଆଦିଲ୍ଲୀ,୨୩।୫: ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ସହ ସମ୍ପର୍କରେ ରହିଥିବା ଭାରତର ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଆଶାକର୍ମୀଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ ହେଲ୍‌ଥ ଲିଡର୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ୭୫ତମ ବିଶ୍ୱ ସ୍ବାସ୍ଥ୍ୟ ସଭା ଅବସରରେ ଆଶା କର୍ମୀଙ୍କ ସମେତ ୬ଟି ସଂସ୍ଥାକୁ ଏହି ପୁରସ୍କାର ମିଳିଛି। ଆଶାକର୍ମୀମାନେ ତାଲିମପ୍ରାପ୍ତ ମହିଳା ସ୍ବେଚ୍ଛାସେବୀ, ଯେଉଁମାନେ ସ୍ବାସ୍ଥ୍ୟସେବାକୁ ସାରା ଦେଶର ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଖରେ ପହଞ୍ଚାଇପାରିଛନ୍ତି। ସେମାନେ ମାତୃଯତ୍ନ ସେବା ଯୋଗାଇବା ସମେତ ଶିଶୁମାନଙ୍କ ଟିକାକରଣ, ଗୋଷ୍ଠୀ ସ୍ବାସ୍ଥ୍ୟସେବା, ଉଚ୍ଚ ରକ୍ତଚାପ, ଯକ୍ଷ୍ମା ଚିକିତ୍ସା, ପୋଷଣତତ୍ତ୍ୱ ସେବା, ପରିମଳ ଓ ସୁସ୍ଥ ଜୀବନଯାପନ ଲାଗି କାର୍ଯ୍ୟ କରିଥାନ୍ତି। ଦେଶର ପ୍ରାଥମିକ ସ୍ବାସ୍ଥ୍ୟସେବା ବ୍ୟବସ୍ଥାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। କୋଭିଡ୍‌ ମହାମାରୀ ବେଳେ ମଧ୍ୟ ସେମାନେ କୋଟି କୋଟି ଲୋକଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଥିଲେ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ସମ୍ପୂର୍ଣ୍ଣ ଆଶାକର୍ମୀ ଟିମ୍‌ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକଙ୍କ ଗ୍ଲୋବାଲ ହେଲ୍‌ଥ ଲିଡର୍ସ ଆଓ୍ବାର୍ଡ ପାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ବ୍ୟକ୍ତ କରିଛନ୍ତି। ସେ ଟୁଇଟ୍‌ ଯୋଗେ ଆଶାକର୍ମୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୁସ୍ଥ ଭାରତ ଗଢ଼ିବାରେ ସେମାନଙ୍କ ଭୂମିକା ଆଗରେ ରହିଥିବା ମୋଦି କହିଛନ୍ତି। ସେହିପରି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ମଧ୍ୟ ସମସ୍ତ ଆଶାକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri