Posted inଖେଳ

ଏସିଆ କପ୍‌ରେ ଭାରତର ଉଲ୍ଲେଖନୀୟ ପ୍ରଦର୍ଶନ, ରୋମାଞ୍ଚକର ମୁକାବିଲାରେ ଜାପାନ ୨-୧ରେ ପରାଜିତ …

ଜାକର୍ତ୍ତା, ୨୮।୫ : ଏସିଆ କପ୍‌ ହକିରେ ଭାରତ ଜାପାନକୁ ୨-୧ ଗୋଲରେ ପରାଜିତ କରିଛି। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଖେଳାଯାଉଥିବା ଏହି ରୋମାଞ୍ଚକର ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଛି। ଭାରତୀୟ ହକି ଦଳ ଏସିଆ କପ-୨୦୨୨ ସୁପର -୪ ର ପ୍ରଥମ ମ୍ୟାଚରେ ଜାପାନକୁ ପରାଜିତ କରିଛି। ଗ୍ରୁପ ମ୍ୟାଚ ପୂର୍ବରୁ ଜାପାନ ଟିମ ଇଣ୍ଡିଆକୁ ୨-୫ରେ ପରାସ୍ତ କରିଥିଲା।

ଏହି ବିଜୟ ସହିତ ଭାରତ ଜାପାନ ଉପରେ ଏହାର ପରାଜୟର ପ୍ରତିଶୋଧ ନେଇଛି। ଟିମ ଇଣ୍ଡିଆର ମଞ୍ଜିତ ଏବଂ ପୱନ ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ। ଏଥି ସହିତ ଜାପାନ ପାଇଁ ଟକୁମା ନିୱା ଏକମାତ୍ର ଗୋଲ ସ୍କୋର କରିଥିଲେ। ଏହି ମ୍ୟାଚରେ ଭାରତ ଭଲ ଆରମ୍ଭ କରିଥିଲା। ଏହି ମ୍ୟାଚର ପ୍ରଥମ କ୍ୱାର୍ଟରରେ ଭାରତ ଭଲ ପ୍ରଦର୍ଶନ କରିଥିଲା। ଭାରତ ୧-୦ ରେ ଆଗୁଆ ରହିଥିଲା।

ଟିମ ଇଣ୍ଡିଆ ପାଇଁ ମଞ୍ଜିତ ପ୍ରଥମ ଗୋଲ ସ୍କୋର କରିଥିଲେ। ଯେତେବେଳେ କି ହାପ୍‌ ଟାଇମ୍‌ ପରେ ଉଭୟ ଦଳ ୧-୧ ଡ୍ରରେ ପହଞ୍ଚିଥିଲେ। ଗୋଟିଏ ଗୋଲ ସ୍କୋର କରି ଜାପାନ ସମାନ ହୋଇଥିଲା। ତୃତୀୟ କ୍ୱାର୍ଟରରେ ଟିମ ଇଣ୍ଡିଆ ଏକ ଆକ୍ରମଣାତ୍ମକ ଖେଳ ଖେଳି ଆଉ ଏକ ଗୋଲ ସ୍କୋର କରିଥିଲା। ୪୦ ମିନିଟରେ ଭାରତ ୨-୧ରେ ଅଗ୍ରଣୀ ହାସଲ କରିଥିଲା। ଏହି କ୍ୱାର୍ଟରରେ ଭାରତ ଏବଂ ଜାପାନର ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଥିଲା। କିନ୍ତୁ କ୍ୱାର୍ଟର ଶେଷ ସୁଦ୍ଧା ଜାପାନ ଗୋଲ କରିପାରି ନଥିଲା। ଫଳରେ ଭାରତ ଆଗୁଆ ରହିଥିଲା। ଚତୁର୍ଥ କ୍ୱାର୍ଟର ଶେଷ ପର୍ଯ୍ୟନ୍ତ ଭାରତ ଜାପାନକୁ ସ୍କୋର କରିବାକୁ ଦେଇ ନଥିଲା। ସୂଚନାଯୋଗ୍ୟ ଯେ ଏହାପୂର୍ବରୁ ଏସିଆ କପ ୨୦୨୨ର ଶେଷ ମ୍ୟାଚରେ ଭାରତ ଚମତ୍କାର ପ୍ରଦର୍ଶନ କରିଥିଲା।

ଟିମ ଇଣ୍ଡୋନେସିଆ ୧୬-୦ରେ ପରାଜିତ କରିଥିଲା। ସେହିପରି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଡ୍ର’ରେ ଶେଷ ହୋଇଥିଲା। ଭାରତୀୟ ହକି ଦଳ ଚଳିତ ଥର ଏସିଆ କପରେ ଚମତ୍କାର ପ୍ରଦର୍ଶନ କରିଛି।

ସୂଚନାଯୋଗ୍ୟ ଯେ ଏହି ମ୍ୟାଚରେ ଭାରତୀୟ ଖେଳାଳି ମନିନ୍ଦର ଆହତ ହୋଇଥିଲେ। ଏହି କାରଣରୁ ତାଙ୍କୁ ପଡ଼ିଆରୁ ବାହାରକୁ ଯିବାକୁ ପଡିଥିଲା ।

ମନିନ୍ଦର ୫୦ ମିନିଟରେ ଜାପାନୀ ଖେଳାଳିଙ୍କଠାରୁ ବଲ ଛଡ଼ାଇବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ବଲ ହକି ଷ୍ଟିକ୍‌ରେ ବାଜି ଦେଇ ତାଙ୍କ ମୁହଁରେ ମାଡ଼ ହୋଇଥିଲା। ମନିନ୍ଦରଙ୍କ ଓଠରେ ଆଘାତ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri