ଭାରତର ଜନସଂଖ୍ୟା କମିଯିବ ୨୬ କୋଟି

ଓ୍ବାଶିଂଟନ, ୧୬।୭: ଆଗାମୀ ୨୧୦୦ ବେଳକୁ ଭାରତର ଜନସଂଖ୍ୟା ୩୨ ପ୍ରତିଶତ କମିଯିବ। ଏନେଇ ଲାସେଣ୍ଟ୍‌ ପ୍ରତିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୪୮ ବେଳକୁ ଭାରତର ଜନସଂଖ୍ୟା ୧୬୦ କୋଟିରେ ପହଞ୍ଚିବାର ସମ୍ଭାବନା ରହିଛି। ତେବେ ପରବର୍ତ୍ତୀ ସମୟରେ ଏହା କମିବାରେ ଲାଗିବ। ୫୨ ବର୍ଷ ପରେ ୨୧୦୦ବେଳକୁ ଜନସଂଖ୍ୟା ବର୍ତ୍ତମାନର ୧୩୫ କୋଟିରୁ ହ୍ରାସ ପାଇବ। ଏହା ୨୬ କୋଟି କମି ୧୦୯ କୋଟିରେ ପହଞ୍ଚିବ। ଜନସଂଖ୍ୟା କମିଗଲେ ଏହା ମାନବ ସମ୍ବଳ ଉପରେ ନକାରାତ୍ମକ ପ୍ରଭାବ ପକାଇବାର ଆଶଙ୍କା କରାଯାଉଛି। ଚାଇନା,ଆମେରିକା, ଜାପାନ ଆଦି ଦେଶରେ ମଧ୍ୟ ଜନସଂଖ୍ୟା କମିବାରେ ଲାଗିବ। ପୃଥିବୀର ୧୮୩ଟି ଦେଶରେ ଏନେଇ ଅଧ୍ୟୟନ ହୋଇଛି। ରିପୋର୍ଟରେ ଜନ୍ମହାର ଏବଂ ମୃତ୍ୟୁହାରର ପୂର୍ବାନୁମାନ କରାଯାଇଛି। ଜନସଂଖ୍ୟା କମିବା ଦ୍ୱାରା ପୃଥିବୀରେ ବିଭିନ୍ନ ଶକ୍ତିଶାଳୀ ରାଷ୍ଟ୍ରଙ୍କ ମଧ୍ୟରେ ଭାରତ, ଆମେରିକା, ଚାଇନା ଏବଂ ନାଇଜେରିଆ ସ୍ଥାନ ପାଇବାର ଯଥେଷ୍ଟ ସମ୍ଭାବନା ଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି। ୨୦୧୭ରେ ଭାରତରେ କାମ କରୁଥିବା ଲୋକଙ୍କ ସଂଖ୍ୟା ୭୬ କୋଟି ୨ ଲକ୍ଷରୁ ଅଧକ ଥିଲା। ୨୧୦୦ ବେଳକୁ ଏହା ୫୭ କୋଟି ୮ ଲକ୍ଷକୁ ହ୍ରାସ ପାଇବ। ଚାଇନାରେ ୨୦୧୭ରେ କମା କରୁଥିବା ଲୋକଙ୍କ ସଂଖ୍ୟା ୯୫ କୋଟି ଥିଲା। ୨୧୦୦ବେଳକୁ ସେମାନଙ୍କ ସଂଖ୍ୟା ହ୍ରାସ ପାଇ ୩୫ କୋଟି ୭ ଲକ୍ଷରେ ପହଞ୍ଚିବ। ରିପୋର୍ଟରେ କୁହାଯାଇଛି ଯେ, ୨୦୨୦ ମଧ୍ୟ ଭାଗ ବେଳକୁ ଭାରତ ଶ୍ରମଶକ୍ତି ଚାଇନାକୁ ଟପିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri