GDP ଅଭିବୃଦ୍ଧିରେ ହ୍ରାସ: ଏପ୍ରିଲ-ଜୁନ୍ ତ୍ରୈମାସରେ ଧିମା ହେଲା ଅର୍ଥନୀତିର ଗତି

ନୂଆଦିଲ୍ଲୀ,୩୦।୮: ଦେଶର ଅର୍ଥନୀତି ପାଇଁ ଆସିଛି ଖରାପ ଖବର। ଭାରତର ଜିଡିପି ଅଭିବୃଦ୍ଧି ହ୍ରାସ ପାଇଛି। ଗତ ପାଞ୍ଚ ତ୍ରୈମାସିକ ତୁଳନାରେ ଭାରତର ଜିଡିପି ଅଭିବୃଦ୍ଧି ସର୍ବନିମ୍ନ ହୋଇଛି। ଏପ୍ରିଲ୍-ଜୁନ୍ ୨୦୨୪ ତ୍ରୈମାସରେ ଭାରତର ଜିଡିପି ଅଭିବୃଦ୍ଧି ୬.୭% କୁ ହ୍ରାସ ପାଇଛି। ଗତ ଆର୍ଥିକ ବର୍ଷର ସମାନ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ୭.୮ ପ୍ରତିଶତ ଥିଲା।

୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ବାସ୍ତବିକ ମୋଟ ଘରୋଇ ଉତ୍ପାଦ (ଜିଡିପି) ୬.୭% ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଥିବାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଏହା ୮.୨% ବୃଦ୍ଧି ପାଇଥିଲା। ଏହି ସମୟରେ ଅଭିବୃଦ୍ଧି ୭.୨% ରହିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଆକଳନ କରିଥିଲେ ମଧ୍ୟ ତାହା ହାସଲ ହୋଇପାରିନାହିଁ।

ଆର୍ଥିକ ବର୍ଷ ୨୦୨୪-୨୫ ପ୍ରଥମ ତ୍ରୈମାସରେ ନାମମାତ୍ର ଜିଡିପି ୯.୭% ଅଭିବୃଦ୍ଧି ହାସଲ କରିଥିବାବେଳେ ଆର୍ଥିକ ବର୍ଷ ୨୦୨୩-୨୪ ର ପ୍ରଥମ ତ୍ରୈମାସରେ ଏହା ୮.୫% ଅଭିବୃଦ୍ଧି ହାସଲ କରିଛି। ଗତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ୮.୩% ତୁଳନାରେ ରିଅଲ୍ ଜିଭିଏ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ୬.୮% ବୃଦ୍ଧି ପାଇଛି।

ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଚଳିତ ଆର୍ଥିକ ବର୍ଷର ୨୦୨୪-୨୫ ପ୍ରଥମ ତ୍ରୈମାସିକ ପାଇଁ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୬.୭% କୁ ହ୍ରାସ ପାଇଛି। ଲୋକ ସଭା ନିର୍ବାଚନ ପରେ ସରକାରୀ ଖର୍ଚ୍ଚରେ ମନ୍ଥରତା ହେତୁ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ମନ୍ଥର ହେବ ବୋଲି ଅର୍ଥନୀତିଜ୍ଞମାନେ ପୂର୍ବାନୁମାନ କରିଥିଲେ। ଏହାବାଦ ବିଶେଷଜ୍ଞମାନେ କହିଛନ୍ତି ଯେ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ହେବାର ଟ୍ୟାଗ୍ ଭାରତ ବଜାୟ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri