GDP ଅଭିବୃଦ୍ଧିରେ ହ୍ରାସ: ଏପ୍ରିଲ-ଜୁନ୍ ତ୍ରୈମାସରେ ଧିମା ହେଲା ଅର୍ଥନୀତିର ଗତି

ନୂଆଦିଲ୍ଲୀ,୩୦।୮: ଦେଶର ଅର୍ଥନୀତି ପାଇଁ ଆସିଛି ଖରାପ ଖବର। ଭାରତର ଜିଡିପି ଅଭିବୃଦ୍ଧି ହ୍ରାସ ପାଇଛି। ଗତ ପାଞ୍ଚ ତ୍ରୈମାସିକ ତୁଳନାରେ ଭାରତର ଜିଡିପି ଅଭିବୃଦ୍ଧି ସର୍ବନିମ୍ନ ହୋଇଛି। ଏପ୍ରିଲ୍-ଜୁନ୍ ୨୦୨୪ ତ୍ରୈମାସରେ ଭାରତର ଜିଡିପି ଅଭିବୃଦ୍ଧି ୬.୭% କୁ ହ୍ରାସ ପାଇଛି। ଗତ ଆର୍ଥିକ ବର୍ଷର ସମାନ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ୭.୮ ପ୍ରତିଶତ ଥିଲା।

୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ବାସ୍ତବିକ ମୋଟ ଘରୋଇ ଉତ୍ପାଦ (ଜିଡିପି) ୬.୭% ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଥିବାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଏହା ୮.୨% ବୃଦ୍ଧି ପାଇଥିଲା। ଏହି ସମୟରେ ଅଭିବୃଦ୍ଧି ୭.୨% ରହିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଆକଳନ କରିଥିଲେ ମଧ୍ୟ ତାହା ହାସଲ ହୋଇପାରିନାହିଁ।

ଆର୍ଥିକ ବର୍ଷ ୨୦୨୪-୨୫ ପ୍ରଥମ ତ୍ରୈମାସରେ ନାମମାତ୍ର ଜିଡିପି ୯.୭% ଅଭିବୃଦ୍ଧି ହାସଲ କରିଥିବାବେଳେ ଆର୍ଥିକ ବର୍ଷ ୨୦୨୩-୨୪ ର ପ୍ରଥମ ତ୍ରୈମାସରେ ଏହା ୮.୫% ଅଭିବୃଦ୍ଧି ହାସଲ କରିଛି। ଗତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ୮.୩% ତୁଳନାରେ ରିଅଲ୍ ଜିଭିଏ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ୬.୮% ବୃଦ୍ଧି ପାଇଛି।

ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଚଳିତ ଆର୍ଥିକ ବର୍ଷର ୨୦୨୪-୨୫ ପ୍ରଥମ ତ୍ରୈମାସିକ ପାଇଁ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୬.୭% କୁ ହ୍ରାସ ପାଇଛି। ଲୋକ ସଭା ନିର୍ବାଚନ ପରେ ସରକାରୀ ଖର୍ଚ୍ଚରେ ମନ୍ଥରତା ହେତୁ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ମନ୍ଥର ହେବ ବୋଲି ଅର୍ଥନୀତିଜ୍ଞମାନେ ପୂର୍ବାନୁମାନ କରିଥିଲେ। ଏହାବାଦ ବିଶେଷଜ୍ଞମାନେ କହିଛନ୍ତି ଯେ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ହେବାର ଟ୍ୟାଗ୍ ଭାରତ ବଜାୟ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri