Posted inଖେଳ

‘ଭାରତର ରେକର୍ଡ ପଦକ ଆଶା’

ନୂଆଦିଲ୍ଲୀ,୫ ।୧(ପି.ଟି.)-ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଭାରତ ଶ୍ରେଷ୍ଠ ପ୍ରଦର୍ଶନ ସହ ରେକର୍ଡ ସଂଖ୍ୟକ ପଦକ ହାସଲ କରିବ ବୋଲି ଆଶାପୋଷଣ କରିଛନ୍ତି ତାରକା ଶୁଟର ଅଭିନବ ବିନ୍ଦ୍ରା। ଦେଶର ପ୍ରତ୍ୟେକ ଆଥଲେଟ୍‌ଙ୍କୁ ଏବେ ବାସ୍ତବ ଦୃଷ୍ଟିକୋଣରୁ ପଦକ ଦାବିଦାର ବିବେଚନା କରାଯାଉଛି ବୋଲି ଭାରତର ଏକମାତ୍ର ବ୍ୟକ୍ତିଗତ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତା ପ୍ରକାଶ କରିଛନ୍ତି। ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତ ୬ଟି ପଦକ ପାଇଥିଲା। ଏହା ଏପର୍ଯ୍ୟନ୍ତ ଭାରତର ଶ୍ରେଷ୍ଠ ପ୍ରଦର୍ଶନ ରହି ଆସିଛି। କୋଭିଡ-୧୯ ମହାମାରୀ ଯୋଗୁ ସାମ୍ପ୍ରତିକ ସମୟ ଚ୍ୟାଲେଞ୍ଜିଂ ଥିଲେ ହେଁ ଟୋକିଓ ଅଲିମ୍ପିକ୍ସରେ ଭାରତ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ଆଶା ରହିଛି ବୋଲି ଏଖ ଓ୍ବେବିନାରରେ ଭାଗନେଇ ସେ କହିଛନ୍ତି।
୨୦୦୮ ବେଜିଂ ଅଲିମ୍ପିକ୍ସରେ ଏକମାତ୍ର ଭାରତୀୟଭାବେ ବ୍ୟକ୍ତିଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିବା ବିନ୍ଦ୍ରା ଜାପାନ ରାଜଧାନୀରେ ମଧ୍ୟ ଭାରତୀୟ ଶୁଟରମାନେ ଚମକ ସୃଷ୍ଟି କରିବେ ବୋଲି ଆଶା ରଖିଛନ୍ତି। ”ମୋ ମତରେ ପ୍ରତି ଶୁଟର ଶ୍ରେଷ୍ଠ ପ୍ରଦର୍ଶନର ଦକ୍ଷତା ରଖିଛନ୍ତି। ସେମାନେ ଗତ ଦୁଇ ତିନିବର୍ଷଧରି ତାହା ପ୍ରମାଣିତ କରିଛନ୍ତି। କେବଳ ଶୁଟିଂ ନୁହେଁ ଅନ୍ୟ ଇଭେଣ୍ଟରେ ମଧ୍ୟ ଭାରତୀୟମାନେ ପଦକ ପାଇଁ ଦାବିଦାର ରହିବେ। ମାତ୍ର ନିର୍ଦ୍ଦିଷ୍ଟ ଦିବସ ସେମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ“ ବୋଲି ବିନ୍ଦ୍ରା କହିଛନନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri