Posted inଖେଳ

ମାଟି କାମୁଡିଲା ଅଷ୍ଟ୍ରେଲିଆ: ଦ୍ୱିତୀୟ ଟେଷ୍ଟରେ ଭାରତର ଜବରଦସ୍ତ ବିଜୟ

ନୂଆଦିଲ୍ଲୀ,୧୯।୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ଟେଷ୍ଟରେ ଭାରତ ତୃତୀୟ ଦିନରେ ୬ ଉଇକେଟ୍‌ରେ ମ୍ୟାଚ୍‌ କବ୍‌ଜା କରିଛି। ଏହା ସହ ଭାରତ ଚାରି ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୬୩ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୨୬୨ ରନ ସ୍କୋର କରିଥିଲା। ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ଦଳ ୧୧୩ ରନରେ ଅଲଆଉଟ୍‌ ହୋଇ ଭାରତ ସମ୍ମୁଖରେ ୧୧୫ ରନ ଲକ୍ଷ୍ୟ ରଖିଥିଲା। ଭାରତ ୪ ଉଇକେଟ୍‌ ଲକ୍ଷ୍ୟ ହାସଲ କରିଛି। ଏହାପୂର୍ବରୁ ନାଗପୁରରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ଏକ ଇନିଂସରେ ପରାସ୍ତ ହୋଇଥିଲା।
ମ୍ୟାଚର ତୃତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଇନିଂସରେ ମାତ୍ର ୧୧୩ ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲା। ବାମହାତୀ ସ୍ପିନର ରବିନ୍ଦ୍ର ଜାଡେଜା ୪୨ ରନ ଦେଇ ୭ ଉଇକେଟ ନେଇଥିଲେ। ଏହା ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ପ୍ରଦର୍ଶନ।
୧୧୫ ରନ୍‌ର ଟାର୍ଗେଟକୁ ପିଛା କରି ଭାରତୀୟ ଦଳ ଭଲ ଆରମ୍ଭ କରିପାରି ନ ଥିଲା। କେଏଲ ରାହୁଲ ପୁଣି ଥରେ ଏକ ବଡ଼ ଇନିଂସ ଖେଳିପାରି ନ ଥିଲେ। ସେ ଗୋଟିଏ ରନ ସ୍କୋର କରି ଅଫ ସ୍ପିନର ନାଥାନ ଲାୟନଙ୍କ ଶିକାର ହୋଇଥିଲେ। ପ୍ରଥମ ଉଇକେଟ ୬ ରନରେ ବଡିଯିବା ପରେ ଅଦତ୍ନାୟକ ରୋହିତ ଶର୍ମା ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିଲେ। ସେ ୨୦ ବଲରୁ ୩୧ ରନ ସଂଗ୍ରହ କରି ଆଉଟ୍‌ ହୋଇଯାଇଥିଲେ।
୧୦୦ ତମ ଟେଷ୍ଟ ଖେଳୁଥିବା ଚେତେଶ୍ୱର ପୂଜାର ଏବଂ ବିରାଟ କୋହଲି ସ୍କୋରକୁ ଆଗକୁ ନେଇଥିଲେ। ୩୧ ବଲରୁ ୨୦ରନ ସ୍କୋର କରିବା ପରେ କୋହଲି ଅଫ ସ୍ପିନର ଟଡ ମର୍ଫିଙ୍କ ଦ୍ୱାରା ଷ୍ଟମ୍ପ ଆଉଟ୍‌ ହୋଇଥିଲେ। ଏହା ପରେ ଶ୍ରେୟସ ଆୟର ୬ ରନ ସ୍କୋର କରି ଲାୟନଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ପୂଜାରା ୩୧ ରନ୍‌ ଏବଂ କେ.ଏସ ଭରତ ୨୩ ରନରେ ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri