ୟୁଏନଏସସିରେ କଶ୍ମୀର ପ୍ରସଙ୍ଗ ଉଠାଇଲା ପାକିସ୍ତାନ, ଦୃଢ ନିନ୍ଦା କଲା ଭାରତ

ଜେନେଭା,ନୂଆଦିଲ୍ଲୀ,୭।୭: ଆତଙ୍କବାଦୀ ଚିନ୍ତାଧାର ରଖିଥିବା ପାକିସ୍ତାନ ନିଜ କାର୍ଯ୍ୟକଳାପ କିମ୍ବା ବ୍ୟବହାରରେ କ୍ଷାନ୍ତ ହେଉନାହିଁ। ନିକଟରେ ହୋଇଥିବା ଏସସିଓ ସମ୍ମିଳନୀରେ ପାକିସ୍ତାନର ନାଁ ନେଇ ତାକୁ ଟାର୍ଗେଟ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ପାକିସ୍ତାନ ବାରମ୍ବାର ସୀମା ପ୍ରବେଶ ନେଇ ଆତଙ୍କବାଦକୁ ନିଜ ହତିଆର ଭାବରେ ବ୍ୟବହାର କରୁଛି ଏବଂ ଜମ୍ମୁ-କଶ୍ମୀରରେ ଅଶାନ୍ତି ସୃଷ୍ଟି କରୁଛି। ବର୍ତ୍ତମାନ ପୁଣି ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବା ୟୁଏନଏସସିରେ ଜମ୍ମୁ କଶ୍ମୀର ପ୍ରସଙ୍ଗକୁ ଦୋହାରାଇଛି ପାକିସ୍ତାନ।

ତେବେ ଏନେଇ ଜାତିସଂଘରେ ଭାରତର ମିଶନ କାଉନସିଲର ଆଶିଷ ଶର୍ମା କହିଛନ୍ତି, ଲଦାଖ ଏବଂ ଜାମ୍ମୁ-କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ଥିଲା ଏବଂ ସର୍ବଦା ରହିବ। ଏହା ଉପରେ ପାକିସ୍ତାନ କ’ଣ ଭାବୁଛି କିମ୍ବା ଚାହୁଁଛି ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ।

ବ୍ରିଟେନରେ ଅନୁଷ୍ଠିତ ୟୁଏନଏସସି ବୈଠକରେ ଶିଶୁ ଏବଂ ସଶସ୍ତ୍ର ବିବାଦ ଉପରେ ଆଲୋଚନା ହୋଇଥିଲା। ଏହାରି ଭିତରେ ପାକିସ୍ତାନର କୂଟନୀତିଜ୍ଞ ମୁର୍ନି ଆକ୍ରାମ ତାଙ୍କ ବିବୃତ୍ତିରେ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ। ସେହିପରି ସେ ଆହୁରି କହିଛନ୍ତି ଯେ, ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଶିଶୁ ତଥା ସଶସ୍ତ୍ର ବିବାଦର ନୂତନ ରିପୋର୍ଟରେ ଭାରତର ନାଁ କାହିଁକି ଉଲ୍ଲେଖ କରାଯାଇ ନାହିଁ। ଏହା ସମ୍ପର୍ଣ୍ଣ ମୂଲ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri