Posted inଖେଳ

ଭାରତର ସବୁଠୁ ଧନୀ କ୍ରିକେଟର୍‌: ଟପ୍‌ ୨ ନାହାନ୍ତି ବିରାଟ କୋହଲି

ନୂଆଦିଲ୍ଲୀ,୬।୧୧: ଭାରତରେ କ୍ରିକେଟ ଏକ ଖେଳ ନୁହେଁ ବରଂ ଏକ ଧର୍ମ। ଲୋକମାନେ କ୍ରିକେଟରଙ୍କୁ ପୂଜା କରନ୍ତି। ଅନ୍ତର୍ଜାତୀୟ ମ୍ୟାଚ ବ୍ୟତୀତ ଭାରତୀୟ କ୍ରିକେଟରମାନେ ମଧ୍ୟ ଆଇପିଏଲ ଖେଳନ୍ତି। ଲୋକପ୍ରିୟତା ହେତୁ ସେମାନଙ୍କୁ ଅନେକ ବିଜ୍ଞାପନ ମିଳିଥାଏ। ସେମାନେ କେବଳ ଦେଶରେ ନୁହେଁ, ସମଗ୍ର ବିଶ୍ୱରେ ଧନୀ ଖେଳାଳିଙ୍କ ମଧ୍ୟରେ ସ୍ଥାନ ପାଆନ୍ତି। ନିକଟରେ ସୋସିଆଲ ମିଡିଆ ପ୍ଲାଟଫର୍ମରେ (ବିଶ୍ୱକପ ୨୦୨୩) ଭାରତର ସବୁଠାରୁ ଧନୀ କ୍ରିକେଟ ଖେଳାଳିଙ୍କ ତାଲିକା ଶେୟାର କରାଯାଇଥିଲା।
ଶ୍ରେଷ୍ଠ ୧୦ ଜଣ ଭାରତୀୟ କ୍ରିକେଟର ତାଲିକାରେ ଶୀର୍ଷରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ତାଲିକା ଅନୁଯାୟୀ, ସଚିନଙ୍କ ମୋଟ ମୂଲ୍ୟ ୧୫୦ ମିଲିୟନରୁ ଅଧିକ ଅଟେ। ପୂର୍ବତନ ଭାରତୀୟ ଅଧିନାୟକ ଏମଏସ ଧୋନୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି, ତାଙ୍କର ସମ୍ପତ୍ତି ମୂଲ୍ୟ ୧୧୫ ମିଲିୟନ ଟଙ୍କା ବୋଲି କୁହାଯାଉଛି। ବିରାଟ କୋହଲି ତୃତୀୟ ସ୍ଥାନରେ ଅଛନ୍ତି। ବିରାଟ କୋହଲିଙ୍କ ନାମ ତିନି ନମ୍ବରରେ ଥିବାରୁ ଅନେକ ଲୋକ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି, ତାଙ୍କର ସମ୍ପତ୍ତି ୧୧୨ ମିଲିୟନ ବୋଲି କୁହାଯାଉଛି। ସୌରଭ ଗାଙ୍ଗୁଲି ଚତୁର୍ଥ ସ୍ଥାନରେ ଅଛନ୍ତି। ବୀରେନ୍ଦ୍ର ସେହ୍ବାଗ ଏହି ତାଲିକାରେ ପାଞ୍ଚ ନମ୍ବରରେ ଅଛନ୍ତି।
ଷଷ୍ଠ ନମ୍ବରରେ ଯୁବରାଜ ସିଂ ଅଛନ୍ତି। ତାଙ୍କ ସମ୍ପତ୍ତି ୪୦ ନିୟୁତ ଟଙ୍କା। ରୋହିତ ଶର୍ମା ସପ୍ତମ ସ୍ଥାନରେ, ସୁରେଶ ରାଇନା ଅଷ୍ଟମ ସ୍ଥାନରେ, ଭାରତୀୟ ଦଳର କୋଚ ରାହୁଲ ରାହୁଲ ଦ୍ରାବିଡ ନବମ ସ୍ଥାନରେ ଅଛନ୍ତି। ଏହି ତାଲିକାରେ ଗୌତମ ଗମ୍ଭୀର ଦଶମ ସ୍ଥାନରେ ଅଛନ୍ତି। ତାଙ୍କ ସମ୍ପତ୍ତି ୨୫ ମିଲିୟନ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri