Posted inଖେଳ

ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ସୁଝୋ, ୧୬ା୫(ପି.ଟି.): ଭାରତ ସୁଦିରମନ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗ୍ରୁପ୍‌ ‘ସି’ରେ ମାଲେସିଆ ବିପକ୍ଷ ମ୍ୟାଚ୍‌ ହାରିଯାଇଛି। ଦଳର ଏହା ହେଉଛି କ୍ରମାଗତ ଦ୍ୱିତୀୟ ପରାଜୟ। ଏଥିସହ ଭାରତ ଏହି ମିକ୍ସଡ ଟିମ୍‌ ଚାମ୍ପିୟନଶିପ୍‌ରୁ ନକ୍‌ଆଉଟ ହୋଇଛି। ଦଳ ଏହାର ପ୍ରଥମ ମ୍ୟାଚ୍‌ରେ ଚାଇନିଜ୍‌ ତାଇପେଠାରୁ ହାରିଯାଇଥିଲା। ଷ୍ଟାର ଖେଳାଳି କିଡ଼ାମ୍ବୀ ଶ୍ରୀକାନ୍ତ ଓ ପି.ଭି. ସିନ୍ଧୁଙ୍କ ଭଲ ଫଳାଫଳ ଆସି ନ ଥିଲା। ପୁରୁଷ ସିଙ୍ଗଲ୍ସ ମୁକାବିଲାରେ ଶ୍ରୀକାନ୍ତଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ସିନ୍ଧୁ ଲଢୁଆ ପ୍ରଦର୍ଶନ କରି ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲେ ହେଁ ନିର୍ଣ୍ଣାୟକ ଗେମ୍‌ରେ ବିଶ୍ୱର ୩୦ ନମ୍ବର ଖେଳାଳି ଗୋହ ଜିନ୍‌ ଓ୍ବିଙ୍କଠାରୁ ୨୧-୧୪, ୧୦-୨୧,୨୦-୨୨ରେ ହାରିଯାଇଥିଲେ। ତ୍ରୁଟିଯୁକ୍ତ ଖେଳ ଯୋଗୁ ବିଶ୍ୱର ୮ ନମ୍ବର ଖେଳାଳି ଲି’ ଜି ଜିଆଙ୍କ ବିପକ୍ଷ ମ୍ୟାଚ୍‌ରେ ଶ୍ରୀକାନ୍ତ ୨୧-୧୬, ୨୧-୧୧ରେ ପରାଜିତ ହୋଇଯାଇଥିଲେ। ଅନ୍ୟପକ୍ଷରେ ଭାରତୀୟ ଯୋଡ଼ି ଧ୍ରୁବ କାପିଲା ଓ ଅଶ୍ୱିନ ପୋନ୍ନାପ୍ପାଙ୍କ ପକ୍ଷେ ବିଶ୍ୱର ୮ ନମ୍ବର ଯୋଡ଼ି ଗୋହ ସୁନ୍‌ ହୁଆଟ ଏବଂ ଲାଇ ଶେଭନ ଜେମିଙ୍କ ବିପକ୍ଷ ମ୍ୟାଚ କଷ୍ଟସାଧ୍ୟ ଥିଲା। ସେମାନେ ୧୬-୨୧, ୧୭-୨୧ରେ ପରାସ୍ତ ହୋଇଥିଲେ। ଭାରତ ୦-୩ରେ ପଛୁଆ ରହି ଆଗୁଆ ପରାଜିତ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri