ଦିଗପହଣ୍ଡିରେ ଭାରତ ବନ୍ଦ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୨୬।୩(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ବିରୋଧ କରି ସର୍ବଭାରତୀୟସ୍ତରରେ ଗଠିତ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଡାକରା ଦିଆଯାଇଥିବା ଭାରତ ବନ୍ଦକୁ ସଫଳ କରିବା ନିମନ୍ତେ ଦିଗପହଣ୍ଡିରେ ଶୋଭାଯାତ୍ରା କରାଯାଇଛି। ଶୁକ୍ରବାର ସ୍ଥାନୀୟ ବସଷ୍ଟାଣ୍ଡ – ଟାଉନ ଛକରେ ସିପିଆଇ (ଏମ୍‌) ଗଞ୍ଜାମ ଜିଲା କମିଟି ସମ୍ପାଦକ କୈଳାସ ଷଡ଼ଙ୍ଗୀ, ସିପିଆଇ ରାଜ୍ୟ ପରିଷଦ ସଦସ୍ୟ ଅଳକ ନାଥ ମିଶ୍ର, ଗଞ୍ଜାମ ଜିଲା କଂଗ୍ରେସ କମିଟି ଉପସଭାପତି ପ୍ରଫୁଲ୍ଲ ପଣ୍ଡାଙ୍କ ନେତୃତ୍ୱରେ ବହୁ ସଂଖ୍ୟକ ଦଳୀୟ କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସ୍ଥାନୀୟ କଂଗ୍ରେସ – କମ୍ୟୁନିଷ୍ଟ ପାର୍ଟିର ନେତୃବୃନ୍ଦ ଅଶିନୀ କୁମାର ଦାସ, କୁରେଶୁ ପଣ୍ଡା, ତପନ କୁମାର ମିଶ୍ର, କିଶୋର ଶତପଥୀ, ପ୍ରମୋଦ ସ୍ବାଇଁ, ଦୈତାରୀ ରେଡ୍ଡୀ, ମୂଷା ବେହେରା, ରସାନନ୍ଦ ରାଉତ, ଦୀପକ କୁମାର ମିଶ୍ର, ଡମ୍ବରୁଧର ବେହେରା, ଭଗବାନ ସ୍ବାଇଁ, କୈଳାସ ରଣା,ମହେନ୍ଦ୍ର ସାହୁ,ଶଙ୍କର ରାଓଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ବନ୍ଦ ପାଳନ ଯୋଗୁ ବ୍ରହ୍ମପୁର- ରାୟଗଡ଼ା ଭାୟା ଦିଗପହଣ୍ଡି ୧୭ ନଂ. ରାଜ୍ୟ ରାଜପଥ ସମେତ ଆସିକା – ରାଞ୍ଚି ବିଜୟଓ୍ବାଡା ୩୨୬ ନଂ. ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri