Posted inଖେଳ

ଇତିହାସ ରଚିଲେ ଭାରତର ଜ୍ୱାଇଁ

ଲାହୋର,୮।୧୦: ପାକିସ୍ତାନର ବରିଷ୍ଠ ଖେଳାଳି ଶୋଏବ ମଲିକ ଦିନ ଟି -୨୦ କ୍ରିକେଟରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଦୁନିଆର ତୃତୀୟ ଏବଂ ପାକିସ୍ତାନ ପ୍ରଥମ କ୍ରିକେଟର୍‌ ଭାବେ ଟି-୨୦ରେ ୧୧,୦୦୦ ରନ ସ୍କୋର କରିବାରେ ହୋଇଥିଲେ। ସବୁଠୁ ଆଶ୍ଚର୍ଯ୍ୟର ବିଷୟ ହେଉଛି ସେ ଟି -୨୦ ବିଶ୍ୱକପ ୨୦୨୧ ପାଇଁ ଦଳରେ ସ୍ଥାନ ପାଇନାହାଁନ୍ତି। ଏନେଇ ଦଳ ଚୟନ ପରେ ଚୟନକର୍ତ୍ତାଙ୍କ ଉପରେ ମଧ୍ୟ ପ୍ରଶ୍ନ ଉଠିଥିଲା। ଘରୋଇ ଟି -୨୦ ଲିଗ ବ୍ୟାଶନାଲ୍‌ କପ ସମୟରେ ମଲିକ ଏହି ପ୍ରଦର୍ଶନ କରିଥିଲେ। ସେ ଟୁର୍ଣ୍ଣାମେଣ୍ଟରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନଙ୍କ ଶ୍ରେଷ୍ଠ-୬ ତାଲିକାରେ ମଧ୍ୟ ସ୍ଥାନ ପାଇଛନ୍ତି। ସେଣ୍ଟା୍ରାଲ ପାକିସ୍ତାନ ପାଇଁ ଖେଳୁଥିବା ଶୋଏବ ମଲିକ ୨୬ ରନ ସ୍କୋର କରି ଏହି ରେକର୍ଡ ସୃଷ୍ଟି କରିଛନ୍ତି। ଏହି ମ୍ୟାଚ ପୂର୍ବରୁ ସେ ୪୧୧ ଟି -୨୦ ମ୍ୟାଚରେ ୧୦୯୮୮ରନ ସ୍କୋର କରିଥିଲେ। ହାରାହାରି ହେଉଛି ୩୭ରେ ସେ ୬୭ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କ ଶ୍ରେଷ୍ଠ ସ୍କୋର ୯୮। ସେ ୮୬୨ ଚୌକା ଓ ୩୩୩ ଛକା ମାରିଛନ୍ତି। କେବଳ ଏତିକି ନୁହେଁ ୩୯ ବର୍ଷୀୟ ଅଫ-ସ୍ପିନର ମଲିକ ମଧ୍ୟ ଟି -୨୦ ରେ ୧୫୨ ଉଇକେଟ ନେଇଛନ୍ତି। ଶୋଏବ ଭାରତର ଟେନିସ ଷ୍ଟାର୍‌ ସାନିଆ ମିର୍ଜାଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ଏକ ପୁଅ ଅଛି।
ଟି -୨୦ କ୍ରିକେଟ ବିଷୟରେ କହିବାକୁ ଗଲେ ଏପର୍ଯ୍ୟନ୍ତ କେବଳ ତିନିଜଣ ବ୍ୟାଟ୍ସମ୍ୟାନ ୧୧ ହଜାର କିମ୍ବା ତା’ଠାରୁ ଅଧିକ ରନ୍‌ କରିବାରେ ସକ୍ଷମ ହୋଇଛନ୍ତି। ୱେଷ୍ଟଇଣ୍ଡଜ୍‌ର କ୍ରିସ ଗେଲ ୧୪୨୭୬ ରନ ସହ ଶୀର୍ଷରେ ଅଛନ୍ତି । ୨୨ ଶତକ ଏବଂ ୮୭ ଅର୍ଦ୍ଧଶତକ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜର କିରନ ପୋଲାର୍ଡ ୧୧୨୨୩ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ଗୋଟିଏ ଶତକ ଏବଂ ୫୬ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହା ବ୍ୟତୀତ ସେ ଟି -୨୦ରେ ୩୦୦ରୁ ଅଧିକ ଉଇକେଟ ନେଇଛନ୍ତି। ଏହି ଦୁଇ ଖେଳାଳି ଟି -୨୦ ବିଶ୍ୱକପ ପାଇଁ ୱେଷ୍ଟଇଣ୍ଡିଜ ଦଳରେ ସ୍ଥାନ ପାଇଛନ୍ତି। କିନ୍ତୁ ଟି -୨୦ରେ ୧୧,୦୦୦ ରନ ସ୍କୋର କରିଥିବା କେବଳ ତୃତୀୟ ଖେଳାଳି ଶୋଏବ ମଲିକ ପାକିସ୍ତାନ ଦଳ ବାହାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri