Categories: ଖେଳ

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଟିମ୍‌ ଘୋଷଣା: ୨ ନୂଆ ମୁହଁଙ୍କୁ ସୁଯୋଗ, ଜାଡେଜା-ଶାମି ଗାଏବ

ନୂଆଦିଲ୍ଲୀ,୧୯।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଶୁକ୍ରବାର ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୨୩ରେ ସିରିଜର ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଦଳରେ ଅନେକ ନୂଆମୁଁହ ଦେଖିବାକୁ ମିଳିଛି। ଦଳ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ଏବଂ ପ୍ରସିଦ୍ଧ କୃଷ୍ଣାଙ୍କୁ ପ୍ରଥମ ଥର ପାଇଁ ଦିନିକିଆ ଟିମ୍‌ରେ ସାମିଲ କରାଯାଇଛି। ସେହିଭଳି କ୍ରୁଣାଳ ପାଣ୍ଡ୍ୟା ଏବଂ ଭୁବନେଶ୍ୱର କୁମାର ଦଳକୁ ପୁଣି ଫେରିଛନ୍ତି। ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆହତ ସମସ୍ୟା ଦେଇ ଗତି କରୁଥିବାରୁ ତାଙ୍କୁ ସୁଯୋଗ ମିଳିପାରିନାହିଁ। ଦ୍ରୁତ ବୋଲର ମହମ୍ମଦ ଶାମି ମଧ୍ୟ ସମ୍ପୂର୍ଣ୍ଣ ଫିଟ୍‌ ହୋଇ ନ ଥିବାରୁ ତାଙ୍କୁ ବାହାର କରାଯାଇଛି।

ଦଳ:
ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା(ଉପଅଧିନାୟକ), ଶିଖର ଧଓ୍ବନ, ଶୁଭମନ ଗିଲ, ଶ୍ରେୟସ ଅୟର, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ(ଉଇକେଟକିପର), କେ.ଏଲ୍‌. ରାହୁଲ(ଉଇକେଟକିପର), ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, କ୍ରୁଣାଲ ପାଣ୍ଡ୍ୟା, ଓ୍ବାଶିଂଟନ ସୁନ୍ଦର, ଟି ନଟରାଜନ, ଭୁବନେଶ୍ୱର କୁମାର, ମହମ୍ମଦ ସିରାଜ, ପ୍ରସିଦ୍ଧ କୃଷ୍ଣା, ଶାର୍ଦ୍ଦୁଳ ଠାକୁର।

Share