Posted inଜାତୀୟ

ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଭାରତର କଡା ଜବାବ: ପାସ୍‌ପୋର୍ଟ, ଓଆଇସି କାର୍ଡ ରଦ୍ଦ କରିବ ଭାରତ

ନୂଆଦିଲ୍ଲୀ,୨୪।୯: ଭାରତ-କାନାଡା ବିବାଦ ଦିନକୁ ଦିନ ତିକ୍ତ ହେବାରେ ଲାଗିଛି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀଙ୍କ ଅବାଧ ପ୍ରବେଶକୁ ରୋକିବା ପାଇଁ ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆମେରିକା, ବ୍ରିଟେନ, କାନାଡା ଓ ଅଷ୍ଟ୍ରେଲିଆର ସମସ୍ତ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କୁ ଭାରତରେ ପ୍ରବେଶ ନ କରିବା ପାଇଁ ସେମାନଙ୍କ ଓଭରସିଜ ସିଟିଜେନ ଅଫ ଇଣ୍ଡିଆ(ଓସିଆଇ)କାର୍ଡ ଓ ପାସ୍‌ପୋର୍ଟ କୁ ରଦ୍ଦ କରିବାକୁ ଭାରତ ସରକାର ଅନୁସନ୍ଧାନକାରୀ ଏଜେନ୍ସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଡ ଦ୍ୱାରା ଖଲିସ୍ତାନୀମାନେ ଭାରତକୁ ସହଜରେ ଯାତାୟାତ କରିପାରୁଥିଲେ। ସରକାରଙ୍କ ନିର୍ଦ୍ଦେଶ କ୍ରମେ ଯେଉଁମାନେ ବିଦେଶରେ ଭାରତୀୟ ଅନୁଷ୍ଠାନ, କାଉନସୁଲେଟ ଏବଂ ଦୂତାବାସ ଉପରେ ଆକ୍ରମଣ କରିଛନ୍ତି ସେମାନଙ୍କ ପାସପୋର୍ଟ ବାତିଲ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି।

ନ୍ୟାସନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନଆଇଏ) ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କ ଭାରତରେ ସମ୍ପତ୍ତି ଜବତ କରିବାର ଗୋଟିଏ ଦିନ ପରେ ଏହି ପଦକ୍ଷେପ ନିଆଯାଇଛି। ଅନେକ ଏଜେନ୍ସି ପନ୍ନୁଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ସୂଚନା ଅନୁଯାୟୀ ବିଦେଶରେ ଥିବା ଆତଙ୍କବାଦୀଙ୍କ ସମ୍ପତ୍ତି ଚିହ୍ନଟ କରିବାକୁ ଭାରତ ସରକାର ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଆମେରିକା, ବ୍ରିଟେନ, କାନାଡା ଓ ଅଷ୍ଟ୍ରେଲିଆ ଭଳି ଦେଶରେ ଥିବା ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଚିହ୍ନଟ କରିବାକୁ ଭାରତ ସରକାର ଏଜେନ୍ସିଗୁଡ଼ିକୁ କହିଛନ୍ତି। ଏହାପରେ ଆତଙ୍କବାଦୀଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲାଗିବ। ଆତଙ୍କବାଦୀ ତଥା ସେମାନଙ୍କ ସହଯୋଗୀ ଗୋଷ୍ଠୀ ବିରୋଧରେ ଭାରତ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଏହି ସମସ୍ତଙ୍କର ସମ୍ପତ୍ତି ଏବଂ ବ୍ୟାଙ୍କ ଆକାଉଣ୍ଟଗୁଡିକ ଚିହ୍ନଟ କରାଯାଉଛ।

ସୂଚନାନୁସାରେ, ଏନଆଇଏ ଖଲିସ୍ତାନୀ ଆତଙ୍କବାଦୀଙ୍କ ଏକ ନୂଆ ତାଲିକା ପ୍ରକାଶ କରିଛି। ତାଲିକାରେ ସମୁଦାୟ ୧୯ଜଣଙ୍କ ନାମ ରହିଛି। ଏଥିମଧ୍ୟରେ ବ୍ରିଟେନରେ ରହୁଥିବା ୭ଜଣ ଖଲିସ୍ତାନୀ ଏବଂ ଆମେରିକାରେ ରହୁଥିବା ୫ଜଣ ଖଲିସ୍ତାନୀ ଅଛନ୍ତି। ଏହି ୧୯ଜଣ ବିଦେଶରେ ରହୁଥିବାବେଳେ ଭାରତ ବିରୋଧରେ ପ୍ରଚାର କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri