ଇମ୍ରାନ୍‌ଙ୍କୁ ଭାରତର କଡ଼ା ଜବାବ: ଏବେ ଖାଲି କରିବାକୁ ପଡ଼ିବ ପିଓକେ

ଜେନେଭା, ୨୬।୯: ଜାତିସଂଘ ଜେନେରାଲ ଆସେମ୍ବ୍ଲିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ଭାରତ ପକ୍ଷରୁ ପୁଣି କଡ଼ା ଜବାବ ଦିଆଯାଇଛି। ଇମ୍ରାନ୍‌ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ। ଜାତିସଂଘରେ ଇଣ୍ଡିଆ ମିଶନର ଭାରତର ପ୍ରଥମ ସଚିବ ମିଜିତୋ ଭିନିତୋ ଏବେ ପାକ୍‌ ଅଧିକୃତ କଶ୍ମୀର(ପିଓକେ) ଖାଲି କରିବାକୁ ପଡ଼ିବ ବୋଲି ଚେତାବନୀ ଦେଇଛନ୍ତି। ଭାରତ ପକ୍ଷରୁ ଉତ୍ତର ଦେବା ଅଧିକାରର ପ୍ରୟୋଗ କରି ସେ ଶନିବାର ଏପରି କହିଛନ୍ତି। କଶ୍ମୀର ପ୍ରସଙ୍ଗରେ କେବଳ ପିଓକେ ଉପରେ ଆଲୋଚନା ବାକି ରହିଛି। ଏବେ ପାକିସ୍ତାନକୁ ଏହି ଅଞ୍ଚଳ ଖାଲି କରିବାକୁ ପଡ଼ିବ। ପାକିସ୍ତାନ ସଂସଦରେ ଆତଙ୍କବାଦୀ ଓସାମ ବିନ୍‌ ଲାଡେନ୍‌କୁ ଶହୀଦ୍‌ ବୋଲି ଇମ୍ରାନ୍‌ କହିଥିଲେ। ଏଥିରୁ ତାଙ୍କର ପୃଥିବୀ ପ୍ରତି ଥିବା ଦାୟିତ୍ୱବୋଧ ବେଶ୍‌ ଜଣାପଡୁଛି ବୋଲି ଭିନିତୋ କହିଛନ୍ତି। ପାକିସ୍ତାନରେ ୩୦ରୁ ୪୦ ହଜାର ଆତଙ୍କବାଦୀ ତାଲିମ୍‌ ନେଉଥିବା ୨୦୧୯ରେ ଇମ୍ରାନ୍‌ ଆମେରିକା ସମ୍ମୁଖରେ ସ୍ବୀକାର କରିଥିଲେ। ପରେ ସେମାନଙ୍କୁ ଭାରତ ଏବଂ ଆଫଗାନିସ୍ତାନକୁ ପଠାଯାଇଥିଲା ବୋଲି ଭିନିତୋ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri