Posted inଖେଳ

ସୁପର ସିକ୍ସରେ ଭାରତର ତୃତୀୟ ବିଜୟ

ବ୍ଲୋଏମଫୋଣ୍ଟେନ୍‌,୩୧ା୧: ୧୯ ବର୍ଷରୁ କମ୍‌ ଦିନିକିଆ ବିଶ୍ୱକପରେ ନ୍ୟୁଜିଲାଣ୍ଡକୁ ୨୧୪ ରନ୍‌ରେ ପରାସ୍ତ କରି କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛି ଭାରତ। ମୁଶିର୍‌ ଖାନ୍‌ଙ୍କ କ୍ରମାଗତ ଦ୍ୱିତୀୟ ଶତକ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟରେ ୨୯୫ ରନ୍‌ କରିଥିଲା। ଜବାବରେ ରାଜ ଲିମ୍ବାନୀ ଓ ସୌମି ପାଣ୍ଡେଙ୍କ ଘାତକ ବୋଲିଂ ବଳରେ ନ୍ୟୁଜିଲାଣ୍ଡ ୨୮.୧ ଓଭରରେ ୮୧ ରନ୍‌ରେ ଅଲଆଉଟ ହୋଇଥିଲା।
ନ୍ୟୁଜିଲାଣ୍ଡ ଟସ୍‌ ଜିତି ଭାରତକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଥିଲା। ମୁଶିର୍‌ ଖାନ୍‌ଙ୍କ ୧୩୧ ଓ ଆଦର୍ଶ ସିଂଙ୍କ ୫୨ ରନ୍‌ ବଳରେ ଭାରତ ୨୯୫ ରନ୍‌ ସ୍କୋର କରିଥିଲା। ମୁଶିର ୧୨୬ ବଲ୍‌ ଖେଳି ୧୩ ଚୌକା ଓ ୩ ଛକା ମାରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ମାସନ୍‌ କ୍ଲାର୍କ ସର୍ବାଧିକ ୪ ଉଇକେଟ ନେଇଥିଲେ। ଜବାବରେ ପ୍ରଥମ ଓଭରରେ ରାଜ ଲିମ୍ବାନୀ ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଥିଲେ। ସ୍ପିନର ସୌମି ପାଣ୍ଡେ ମଧ୍ୟ ଚମତ୍କାର ବୋଲିଂ କରି ୪ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମୁଶିର୍‌ ଖାନ୍‌ ୨ ଉଇକେଟ ପାଇଥିଲେ। ନ୍ୟୁଜିଲାଣ୍ଡ ଅଧିନାୟକ ଓସ୍କାର ଜାକ୍‌ସନ ସର୍ବାଧିକ ୧୯ ରନ୍‌ କରିଥିବା ବେଳେ ୭ ଜଣ ଖେଳାଳି ୨ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ କ୍ରମାଗତ ଦ୍ୱିତୀୟ ମ୍ୟାଚ୍‌ରେ ମୁଶିରଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।
ସଂକ୍ଷିପ୍ତ ସ୍କୋର
ଭାରତ ୫୦ ଓଭରରେ ୨୯୫/୮
(ମୁଶିର୍‌ ଖାନ୍‌-୧୩୧, ଆଦର୍ଶ ସିଂ-୫୨, ଉଦୟ ଶାହରନ-୩୪, ମାସନ୍‌ କ୍ଲାର୍କ-୪/୬୨, ର଼୍ୟାନ୍‌ ସୋର୍ଗସ-୧/୨୮, ଜାକ୍‌ କମିଙ୍ଗ-୧/୩୭)। ନ୍ୟୁଜିଲାଣ୍ଡ ୨୮.୧ ଓଭରରେ ୮୧/୧୦(ଓସ୍କାର ଜାକ୍‌ସନ-୧୯, ସୌମି ପାଣ୍ଡେ-୪/୧୯, ମୁଶିର୍‌ ଖାନ୍‌-୧/୧୦, ରାଜ ଲିମ୍ବାନି-୨/୧୭)।


Enter your email to get our daily news in your inbox.

All Right Reserved By Dharitri.Com

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri