ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗଦେବେ ଦେଶର ସମସ୍ତ କୋଟିପତି, ଜାଣନ୍ତୁ କେଉଁମାନେ ଆସିବେ

ଭୁବନେଶ୍ୱର,୨୭।୧: ଶିଳ୍ପ ବିଭାଗ ପକ୍ଷରୁ ପ୍ରକାଶିତ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୮ (ମଙ୍ଗଳବାର) ଜନତା ମଇଦାନରେ ନିବେଶକ ସମ୍ମିଳନୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ୨ ଦୁଇଦିନ ଧରି ଚାଲିବ।

ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି । ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଏହି କନ୍‌କ୍ଲେଭରେ ଏଲ.ଏନ. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନଙ୍କ ଭଳି ଦେଶର ବଡ଼ ବଡ଼ ଶିଳ୍ପପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ ଏକ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଆଗାମୀ ଦିନରେ ଓଡ଼ିଶା ଶିଳ୍ପ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପୂର୍ବ ସରକାର ସମୟରେ ଦୁଇ ଦଶନ୍ଧି ଧରି ସବୁପ୍ରକାର ସମ୍ଭାବନା ଥାଇ ବି ଓଡ଼ିଶା ଶିଳ୍ପର ମରୁଭୂମି ପାଲଟିଥିଲା। ଶିଳ୍ପ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ। ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ସହ ଶିଳ୍ପର ଇକୋ ହବ୍‌ କରିବା ସରକାରଙ୍କ ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri