Posted inଜାତୀୟ

ଭାରତର କଡ଼ା ଜବାବ: ନିୟନ୍ତ୍ରଣ ରେଖାରେ ୧୦ରୁ ଅଧିକ ପାକିସ୍ତାନୀ ସୈନ୍ୟଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୫।୮: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଛନ୍ତି। ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ପାକିସ୍ତାନୀ ସୈନ୍ୟ ଭାରତୀୟ ସେନାଙ୍କ ପାଲଟା ଜବାବରେ ସ୍ତବ୍ଧ ହୋଇଯାଇଛନ୍ତି। ପୁଞ୍ଚ୍‌ ଜିଲାର କ୍ରିଷ୍ଣାଘାଟି ଏବଂ ମାନକୋଟ ସେକ୍ଟର ଉପରେ ପାକିସ୍ତାନର ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏହାର ଜବାବରେ ଭାରତୀୟ ସେନା ପକ୍ଷରୁ ଗୁଳିଗୋଳା ମାଡ଼ ଆରମ୍ଭ ହୋଇଥିଲା। ଏଥିରେ ତତ୍ତାପାଣି ଅଞ୍ଚଳରେ ଥିବା ପାକିସ୍ତାନୀ ସୈନ୍ୟ ଶିବିର ଧ୍ୱଂସ ହେବା ସହିତ ୧୦ରୁ ଅଧିକ ସୈନ୍ୟଙ୍କ ମୃତ୍ୟ ଘଟିଥିବା କୁହାଯାଉଛି। ବହୁ ପାକିସ୍ତାନୀ ସୈନ୍ୟ ଆହତ ହୋଇଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ଆହତଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର ଥିବା ଭାରତୀୟ ସେନା କହିଛି। ଅଚାନକ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ ହେବାର ସୀମାରେ ଥିବା ଗ୍ରାମବାସୀ ଦୌଡ଼ି ବଙ୍କର ମଧ୍ୟରେ ପଶି ଯାଇଥିଲେ। ସେମାନେ ସୁରକ୍ଷିତ ଥିବା ଭାରତୀୟ ସେନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

‘ସୁନ୍ଦର ମୁହଁ’, ‘ମେସିନ୍ ଗନ୍ ପରି ଓଠ”, ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିକଟରେ ତାଙ୍କର ହ୍ୱାଇଟ୍ ହାଉସ୍ ପ୍ରେସ୍ ସେକ୍ରେଟେରୀ କାରୋଲିନ୍ ଲେଭିଟ୍‌ଙ୍କୁ ତାଙ୍କର “ସୁନ୍ଦର ମୁହଁ” ଏବଂ “ଓଠ”କୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri