ସୁରକ୍ଷା ପରିଷଦରେ ଭାରତ କଡ଼ା ଆଭିମୁଖ୍ୟ,ଆତଙ୍କବାଦ ନେଇ ଦୋମୁହାଁ ମାପଦଣ୍ଡ ବନ୍ଦ କରୁ ଚାଇନା…

ଜେନେଭା, ୨୩।୮ : ଆତଙ୍କବାଦ ଉପରେ ଦୋମୁହାଁ ମାପଦଣ୍ଡ ଗ୍ରହଣ ନକରିବାକୁ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ଚାଇନାକୁ ଚେତାବନୀ ଦେଇଛି। ଭାରତ କଡ଼ା ଆଭିମୁଖ୍ୟ ଗ୍ରହଣ କରି କହିଛି ଯେ ଯଥାସ୍ଥିତିରେ ପରିବର୍ତ୍ତନ କରିବାକୁ ଚାହୁଁଥିବା କୌଣସି ବାଧ୍ୟତାମୂଳକ କିମ୍ବା ଏକପାଖିଆ କାର୍ଯ୍ୟ ସୁରକ୍ଷା ନୀତିର ଉଲ୍ଲଂଘନ କରିବ।

ମିଳିତ ଜାତିସଂଘର ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ର ଏକ ବୈଠକରେ କହିଛନ୍ତି ଯେ ଆଲୋଚନା ଏବଂ ସହଯୋଗ ମାଧ୍ୟମରେ ସହଭାଗୀ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଜରୁରୀ। ସେ କହିଛନ୍ତି ଯେ ସମସ୍ତ ଦେଶ ପରସ୍ପରର ସାର୍ବଭୌମତ୍ୱ, ଆଞ୍ଚଳିକ ଅଖଣ୍ଡତା ଏବଂ ଅନ୍ତର୍ଜାତୀୟ ଚୁକ୍ତିନାମାକୁ ସମ୍ମାନ ଦେବା ଆବଶ୍ୟକ। ୟୁଏନଏସସିର ଏହି ବୈଠକକୁ ଚାଇନା ପକ୍ଷରୁ ଆୟୋଜିତ ହୋଇଥିଲା।

ଅଗଷ୍ଟ ମାସ ପାଇଁ ଚାଇନା ସୁରକ୍ଷା ପରିଷଦର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛି। ଏହି ୧୫ ସଦସ୍ୟ ବିଶିଷ୍ଟ ପରିଷଦରେ ଚାଇନାର ଭିଟୋ କ୍ଷମତା ଅଛି। ଚାଇନା ଏବଂ ଏହାର ଘନିଷ୍ଠ ସହଯୋଗୀ ପାକିସ୍ତାନ ଉଦ୍ଦେଶ୍ୟରେ କମ୍ବୋଜ କହିଛନ୍ତି ଯେ ଆତଙ୍କବାଦ ଭଳି ବିପଦ ବିରୁଦ୍ଧରେ ସମସ୍ତ ଦେଶ ଏକାଠି ଠିଆ ହେଲେ ଏବଂଦୋମୁହାଁ ମାପଦଣ୍ଡ ଗ୍ରହଣ ନକଲେ ସାଧାରଣ ସୁରକ୍ଷା ସମ୍ଭବ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?