Posted inଖେଳ

ଶ୍ରୀଲଙ୍କାକୁ ହରାଇ ଭାରତର ବିଜୟ ଅଭିଯାନ ଆରମ୍ଭ

କଲମ୍ବୋ, ୨୭ା୪: ଓପନର ପ୍ରତୀକା ରାଓ୍ବଲଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ସ୍ମୃତି ମନ୍ଧାନା ଓ ହାର୍ଲିନ ଦେଓଲଙ୍କ ଉପଯୋଗୀ ଅବଦାନ ସହାୟତାରେ ଭାରତ କଲମ୍ବୋରେ ଚାଲିଥିବା ଅନ୍ତର୍ଜାତୀୟ ମହିଳା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜର ଓପନିଂ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କାକୁ ୯ ଉଇକେଟରେ ପରାସ୍ତ କରିଛି।

ପ୍ରବଳ ବର୍ଷାଯୋଗୁ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିବା ମ୍ୟାଚକୁ ୩୯ ଓଭର ବିଶିଷ୍ଟ କରାଯାଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୩୮.୧ ଓଭରରେ ୧୪୭ ରନ କରି ଅଲଆଉଟ ହୋଇଯାଇଥିଲା। ହସିନୀ ପେରେରା ୪୬ ବଲ୍‌ରୁ ୩୦ ଓ କାମିଶା ଦିଲ୍‌ହରା ୨୬ ବଲ୍‌ରୁ ୨୫ ରନ କରିଥିଲେ। ଦଳର ଅନ୍ୟ କୌଣସି ବ୍ୟାଟର ବଡ଼ ସ୍କୋର କରିପାରି ନ ଥିଲେ।

ଭାରତ ପକ୍ଷରୁ ସ୍ନେହ ରାଣା (୩/୩୧), ଶ୍ରୀ ଚାରାନୀ (୨/୨୬) ଓ ଦୀପ୍ତି ଶର୍ମା (୨/୨୨) ଚମତ୍କାର ବୋଲିଂ କରି ଶ୍ରୀଲଙ୍କାର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ଜବାବରେ ଭାରତ ୧୪୮ରନର ବିଜୟ ଲକ୍ଷ୍ୟକୁ୨୯.୪ ଓଭରରେ ୧ ଉଇକେଟ ବିନିମୟରେ ହାସଲ କରି ନେଇଥିଲା। ପ୍ରତୀକା (୫୦*) ଓ ମନ୍ଧାନା (୪୩) ଓପନିଂ ଉଇକେଟରେ ୫୪ରନ ଯୋଗ କରିଥିଲେ। ଦିଲ୍ଲୀ ୟଙ୍ଗଷ୍ଟର ବ୍ୟାଟର ପରେ ହାର୍ଲିନ (୪୮*)ଙ୍କ ସହ ଅପରାଜିତ ୯୫ରନ ଯୋଗ କରି ଦଳକୁ ଜିତାଇଥିଲେ। ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ନିହତଙ୍କ ସମ୍ମାନାର୍ଥେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟମାନେ ରବିବାର ମ୍ୟାଚରେ ହାତରେ କଳା ରଙ୍ଗର ଆର୍ମବ୍ୟାଣ୍ଡ ପିନ୍ଧି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?